ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୁରୁବାର ରାଶିଫଳ (୦୧-୦୭-୨୦୨୧ )

ମେଷ:ପରିଶ୍ରମ ମୁତାବକ ଫଳ ପାଇବେ। ଚାକିରିରେ ଚଳଚଞ୍ଚଳ ରହିବେ। ରାଜନୀତିରେ ଲୋକସମ୍ପର୍କ ବଢିବ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ବୃଷ: ଦୀର୍ଘ ଦିନର ସ୍ବପ୍ନ ସାକାର ହେବ। ଉଭୟେ ପ୍ରେମ ଓ ଦାମ୍ପତ୍ୟ ମଧୁର ସମ୍ପର୍କ ରହିବ। ମହିଳାମାନେ ଉତ୍ସାହିତ ରହିବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ-୬,ଶୁଭ ରଙ୍ଗ-ଧଳା

ମିଥୁନ: ଆର୍ଥିକ ସ୍ଥିତିରେ ସୁଧାର ଆସିବ। ଚାକିରିରେ ଉଚ୍ଚସମ୍ମାନ ପ୍ରାପ୍ତି ହେବ। ମହିଳାମାନେ ଆଦରଣୀୟା ହେବେ। ବାଣିଜ୍ୟ ଉତ୍ତମ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

କର୍କଟ: ଅନ୍ୟ ପାଇଁ ସମସ୍ୟାରେ ପଡିପାରନ୍ତି।ଧର୍ମାଦି କାର୍ଯ୍ୟରେ ବ୍ୟୟ ହେବ। ଚାକିରିରେ ଅବହେଳା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

ଏଥିସହିତ ପଢ଼ନ୍ତୁ

ସିଂହ:କର୍ମକ୍ଷେତ୍ରରେ ବାଧାବିଘ୍ନ ରହିବ। ରାଜନୀତିରେ ଷଡଯନ୍ତ୍ରରେ ପଡିପାରନ୍ତି। ମହିଳାମାନେ ହତାଦର ହେବେ। ବାଣିଜ୍ୟରେ ହାନି ହୋଇପାରେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା:ଧୈର୍ଯ୍ୟର ସହ କାର୍ଯ୍ୟ କରି ସୁଫଳ ପାଇବେ। ରାଜନୀତିରେ ପ୍ରଶଂସା ପାଇବେ। କଳା,ବିଜ୍ଞାନ ଓ ବାଣିଜ୍ୟରେ ଉତ୍ସାହଜନକ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ତୁଳା:ନିଜର ଦାୟିତ୍ୱ ସୁଚାରୁରୂପେ ତୁଲାଇବେ। ଚାକିରିରେ ସମ୍ମାନ ବୃଦ୍ଧି ପାଇବ। ମହିଳାମାନଙ୍କ ସ୍ବାଭିମାନ ଅକ୍ଷୁଣ୍ଣ ରହିବ। ବାଣିଜ୍ୟରେ ଲାଭ ମିଳିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ବିଛା:କର୍ମକ୍ଷେତ୍ରରେ ଅପ୍ରିୟତା ଦେଖାଦେବ। ଚାକିରିରେ କାର୍ଯ୍ୟଭାର ରହିବ। ମହିଳାମାନେ ଚିନ୍ତାରେ ରହିବେ। ବାଣିଜ୍ୟରେ ଆୟବ୍ୟୟ ସମାନ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ସିଲଭର୍

ଧନୁ:କୌଣସି କାର୍ଯ୍ୟକୁ ନେଇ ଉତ୍ତେଜନା ରହିବ। ପ୍ରଶାସନିକ ସମସ୍ୟା ରହିବ। ରାଜନୀତିରେ ବିରୋଧୀ ରହିବେ। ବାଣିଜ୍ୟରେ ପ୍ରତିକୂଳ ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

ମକର:ପରିଶ୍ରମର ଫଳ ମିଳିବ। ରାଜନୀତିରେ ପ୍ରସିଦ୍ଧି ବୃଦ୍ଧି ପାଇବ। ଚାକିରିରେ ପଦୋନ୍ନତି ହୋଇପାରେ। ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

କୁମ୍ଭ:ଦିନଟିରେ ଖର୍ଚ୍ଚାନ୍ତ ଓ ସମସ୍ୟା ରହିବ। ଚାକିରିରେ ଚାପ ରହିବ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ଶିଳ୍ପ ଓ ବାଣିଜ୍ୟ ମନ୍ଥର ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

ମୀନ:ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ପ୍ରଶାସନିକ ଓ ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

Leave A Reply

Your email address will not be published.