ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କେନ୍ଦୁଝର ଅଟେଇ ସଂରକ୍ଷିତ ଜଙ୍ଗଲରେ ବାଘ; ୨ ମଇଁଷିକୁ କଲା ଶୀକାର

କେନ୍ଦୁଝର: କେନ୍ଦୁଝର ବନଖଣ୍ଡ ଘଟଗାଁ ବନାଞ୍ଚଳ ଅଟେଇ ସଂରକ୍ଷିତ ଜଙ୍ଗଲରେ ୨ଟି ମଇଁଷିକୁ ବାଘ ମାରିଥିବା ସୂଚନା ମିଳିଛି। ଖବର ଅନୁସାରେ ଅଟେଇ ସଂରକ୍ଷିତ ଜଙ୍ଗଲ ନିକଟସ୍ଥ ଏକ ଗାଁରୁ ମଇଁଷି ପଲ୍ଲ ରାତ୍ରିରେ ଜଙ୍ଗଲରେ ବୁଲୁଥିବାବେଳେ ୨ଟି ମଇଁଷିକୁ ମାରି ଖାଇଥିବା ସୂଚନା ମିଳିଛି । ଖବରପାଇ ଘଟଣାର ସତ୍ୟାସତ୍ୟ ଅନୁସନ୍ଧାନ କରିବା ପାଇଁ ବନବିଭାଗର ବରିଷ୍ଠ ଅଧିକାରୀମାନେ ଘଟଣାସ୍ଥଳ ପରିଦର୍ଶନରେ ଯାଇଛନ୍ତି । କିଛିଦିନ ପୂର୍ବରୁ ଅଟେଇ ସଂରକ୍ଷିତ ଜଙ୍ଗଲରେ ମହାବଳ ବାଘ ଥିବା ଟ୍ରାକ କ୍ୟାମେରାରୁ ଜଣାପଡିଥିଲା। ପରେପରେ ବନ ବିଭାଗ ଅଟେଇ ସଂରକ୍ଷିତ ଜଙ୍ଗଲର ୪ ଗୋଟି ରାସ୍ତାରେ ଚଳପ୍ରଚଳ ଉପରେ ଅଙ୍କୁଶ ଲଗାଯାଇଛି। ଏଥିସହିତ ଏସିଏଫଙ୍କ ନେତୃତ୍ୱରେ ଏକ ସ୍କ୍ୱାଡ଼ ଗଠନ ହୋଇ ପରିସ୍ଥିତି ଅନୁଧ୍ୟାନ କରୁଛନ୍ତି।

Leave A Reply

Your email address will not be published.