ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାୟା ମେଲାଉଛି ଓମିକ୍ରନ : ରାଜ୍ୟରୁ ଚିହ୍ନଟ ହେଲେ ଆଉ ୧୪ ଓମିକ୍ରନ ଆକ୍ରାନ୍ତ, ୭୫ରେ ପହଞ୍ଚିଲା ମୋଟ୍‌ ସଂଖ୍ୟା

ଭୁବନେଶ୍ବର : ରାଜ୍ୟରେ କାୟା ମେଲାଇ ଚାଲିଛି କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ। ଦକ୍ଷିଣ ଆଫ୍ରିକାରୁ ଆରମ୍ଭ ହୋଇଥିବା ଓମିକ୍ରନ ବର୍ତ୍ତମାନ ସାରା ବିଶ୍ବ ପାଇଁ ଚିନ୍ତାର କାରଣ ହୋଇଛି। ଆମ ରାଜ୍ୟ ଓଡ଼ିଶାରେ ମଧ୍ୟ ଭୟଙ୍କର ହେବାରେ ଲାଗିଲାଣି ଓମିକ୍ରନ୍ । ପ୍ରତିଦିନ ଓମିକ୍ରନ୍ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସେହିପରି ରାଜ୍ୟରେ ଆଜି ଆଉ ୧୪ ଜଣ ଓମିକ୍ରନ୍ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ବିଭାଗକୁ ଜଣାଇଛି ଇନ୍‌ଷ୍ଟିଚ୍ୟୁଟ୍ ଅଫ୍‌ ଲାଇଫ ସାଇନ୍ସେସ୍ (ଆଇଏଲ୍‌ଏସ୍‌) । ଏହାକୁ ମିଶାଇ ରାଜ୍ୟରେ ମୋଟ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୭୫କୁ ବୃଦ୍ଧି ପାଇଛି ।

ଆଜି ଯେଉଁ ୧୪ ଜଣ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ସେମାନଙ୍କ ମଧ୍ୟରୁ ୮ ଜଣ ବିଦେଶ ଫେରନ୍ତା ବୋଲି ଜଣାପଡିଛି । ଏହାସହିତ ୪ ଜଣ ଲୋକାସ କେସ୍ ରହିଥିବା ବେଳେ ଆଉ ବାକି ୨ ଜଣଙ୍କର ଟ୍ରାଭେଲ ହିଷ୍ଟ୍ରି ଅନୁଧ୍ୟାନ ଚାଲିଛି । ଏମାନେ ସମସ୍ତେ କରୋନା ପଜିଟିଭ ଆସିଥିଲେ । ପରେ ସେମାନଙ୍କର ଜିନମ ସ୍ୱିକ୍ୟୁନ୍ସିଂ କରାଯାଇଥିଲା । ଆଜି ସେମାନେ ଓମିକ୍ରନ ଆକ୍ରାନ୍ତ ଥିବା ଜଣାପଡିଛି ।

ସେହିପରି ରାଜ୍ୟରେ ଡିସେମ୍ବର ୨୧ ତାରିଖରେ ପ୍ରଥମ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରେ ରାଜ୍ୟରେ ଏବେ କାୟା ମେଲାଇଲାଣି ଓମିକ୍ରନ । ପ୍ରତିଦିନ ଜିଲ୍ଲାରେ ଓମିକ୍ରନ କାୟା ବିସ୍ତାର କରିସାରିଲାଣି । ସେପଟେ ରାଜ୍ୟରେ କରୋନା ମଧ୍ୟ ଦ୍ରୁତ ଗତିରେ ମାଡିବାରେ ଲାଗିଲାଣି । ଦୈନିକ ସଂକ୍ରମଣ ଏବେ ୪ ହଜାର ମୁହାଁ ହୋଇଛି । ଗତ ୨୪ ଘଣ୍ଟାରେ ରାଜ୍ୟରେ ୩୬୭୯ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ୧୮ ବର୍ଷରୁ କମ୍ ବର୍ଗର ୩୮୪ ଜଣ ଅଛନ୍ତି। ସେହିପରି ଗତ ୨୪ ଘଣ୍ଟାରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୧୨୨୩ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.