ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ୩ଶହ ପାର୍‌ କଲା ଓମିକ୍ରନ୍‌, ପୁଣି ଚିହ୍ନଟ ହେଲେ ୧୪୫ ଓମିକ୍ରନ ସଂକ୍ରମିତ

ଭୁବନେଶ୍ବର : ରାଜ୍ୟରେ ବଢିବାରେ ଲାଗିଛି ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା। ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢୁଥିବା ବେଳେ ଓମିକ୍ରନ ଗ୍ରାଫ୍‌ ମଧ୍ୟ ବୃଦ୍ଧି ପାଇବାରେ ଲାଗିଛି। ଯାହା ରାଜ୍ୟବାସୀଙ୍କ ପାଇଁ ଚିନ୍ତାର କାରଣ ହୋଇଛି। ଆଜି ରାଜ୍ୟରେ ଆଉ ୧୪୫ ଓମିକ୍ରନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଇନ୍‌ଷ୍ଟିଚ୍ୟୁଟ୍ ଅଫ୍ ଲାଇଫ୍ ସାଇନ୍‌ସେସ୍‌ (ଆଇଏଲ୍‌ଏସ୍‌) ପକ୍ଷରୁ ଆଜି ସ୍ୱାସ୍ଥ୍ୟ ବିଭାଗକୁ ଦିଆଯାଇଛି ଏହି ସୂଚନା। ଏହା ସହିତ ରାଜ୍ୟରେ ଓମିକ୍ରନ ଆକ୍ରାନ୍ତଙ୍କ ସଂଖ୍ୟା ୩୪୭କୁ ବୃଦ୍ଧି ପାଇଛି।

ଆଇଏଲ୍‌ଏସ୍‌ ପକ୍ଷରୁ କୁହାଯାଇଛି ଯେ ଗତ ୯ ତାରିଖ ଠାରୁ ୧୬ ଯାଏଁ ୨୪୯ ଜଣଙ୍କର ନମୁନା ଜିନୋମ ସ୍ବିକେନ୍ସିଂ ପାଇଁ ପଠାଯାଇଥିଲା। ଏଥିରୁ ୧୪୫ ଜଣଙ୍କର ନମୁନାରେ ଓମିକ୍ରନ୍‌ ମିଳିଛି। ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଆକ୍ରାନ୍ତଙ୍କ କଣ୍ଟ୍ରାକ୍ଟ ଟ୍ରେସିିଂ ଜାରି ରହିିଛି।ରାଜ୍ୟରେ ପ୍ରଥମ ଭାବେ ଡିସେମ୍ବର ୨୧ ତାରିଖରେ ୨ ଜଣ ଓମିକ୍ରନ୍‌ ଆକ୍ରାନ୍ତ ଚିହ୍ନଟ ହୋଇଥିଲେ । ଏହାପରଠୁ ଏହି ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି।

ଅନ୍ୟପଟେ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୧୧୬୦୭ ଜଣ ନୂତନ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏମାନଙ୍କ ମଧ୍ୟରୁ ୦ରୁ ୧୮ ବର୍ଷ ମଧ୍ୟରେ ୯୯୧ ଜଣ ଥିବାବେଳେ ସଙ୍ଗରୋଧରୁ ୬୭୨୮ ଜଣ ଓ ସ୍ଥାନୀୟ ଭାବେ ୪୮୭୯ ଜଣ ଚିହ୍ନଟ ହୋଇଛନ୍ତି । ଆଜି ମଧ୍ୟ ଖୋର୍ଦ୍ଧାରୁ ସର୍ବାଧିକ ୪୩୪୭ ଜଣ, ସୁନ୍ଦରଗଡରୁ ୧୨୧୯ଜଣ, କଟକରୁ ୮୯୮ ଜଣ ଚିହ୍ନଟ ହୋଇଛନ୍ତି।

Leave A Reply

Your email address will not be published.