ଆଜି ଓଡ଼ିଶାରେ ପୁଣି ୩୯ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ 39 ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୮୭ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ ରହିଥିବା ବେଳେ କଟକ, ବରଗଡ଼ ଓ ନୟାଗଡ଼ ଜିଲ୍ଲା ଘରୁ ୫ଜଣ ଲେଖାଏଁ ରହିଛନ୍ତି । ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଗଞ୍ଜାମ, କେନ୍ଦ୍ରାପଡ଼ା, ମୟୂରଭଞ୍ଜ ଓ ସୋନପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ପୁରୀ ଜିଲ୍ଲାରୁ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a comment