ଆଜି ଓଡ଼ିଶାରେ ପୁଣି ୩୯ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୩୯ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୪୭୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ଜଣ , କଟକ, ଝାରସୁଗୁଡା. ପୁରୀ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ଗଞ୍ଜାମ, ଜଗତସିଂପୁର ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବୌଦ୍ଧ ଓ ସୋନପୁରରୁ ୨ ଲେଖାଏଁ, ବରଗଡ, ଢେଙ୍କାନାଳ, ନବରଙ୍ଗପୁର ଓ ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a comment