ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୦ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୦ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୯୭୦ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୭ ଜଣ ରହିଥିବା କଟକ, ବରଗଡ଼ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ, ପୁରୀ ଜିଲ୍ଲାରୁ ୪ ଜଣ, ଅନୁଗୁଳ, ଗଞ୍ଜାମ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଜିଲ୍ଲାରୁ ୨ ଜଣ ରହିଥିବା ବେଳେ ଭଦ୍ରକ, ଢେଙ୍କାନାଳ, ଯାଜପୁର, କୋରାପୁଟ, ନବରଙ୍ଗପୁର ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ସଂକ୍ରମିତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.