ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୧ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୧ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୦୩୫ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, ସୁନ୍ଦରଗଡ଼ରୁ ୪ ଜଣ, ଗଞ୍ଜାମ ଓ ପୁରୀରୁ ୪ ଜଣ ଲେଖାଏଁ, ବରଗଡ଼, ଗଜପତି, ଜଗତସିଂହପୁର, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ସମ୍ବଲପୁର ଓ ସୋନପୁରରୁ ୨ ଜଣ ଲେଖାଏଁ, ଅନୁଗୁଳ, ବାଲେଶ୍ଵର, ଭଦ୍ରକ, ଦେବଗଡ, ଢେଙ୍କାନାଳ, କଳାହାଣ୍ଡି, କେନ୍ଦ୍ରାପଡା, କେନ୍ଦୁଝର ଓ ନୟାଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୦୩୫ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.