ଆଜି ଓଡ଼ିଶାରେ ପୁଣି ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୮୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ କଟକ, ଝାରସୁଗୁଡା, ଖୋର୍ଦ୍ଧା ଓ ପୁରୀ ୪ ଜଣ ଲେଖାଏଁ, ବରଗଡ଼, ଜଗତସିଂହପୁର, କଳାହାଣ୍ଡି, ଓ ରାୟଗଡାରୁ ୩ ଜଣ ଲେଖାଏଁ, ଗଞ୍ଜାମ, କେନ୍ଦୁଝର, ମାଲକାନଗିରି ଓ ସୁନ୍ଦରଗଡରୁ ୨ ଜଣ ଲେଖାଏଁ, ବାଲେଶ୍ଵର, ବଲାଙ୍ଗିର, ଦେବଗଡ, କେନ୍ଦ୍ରାପଡା, ନୂଆପଡା ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।

Leave a comment