ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୨ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୨ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୯୧୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଅନୁଗୁଳ, କଟକ, ଖୋର୍ଦ୍ଧାରୁ ୪ ଜଣ ଲେଖାଏଁ ରହିଥିବା ବେଳେ ବୌଦ୍ଧ, ଦେବଗଡ, କଳାହାଣ୍ଡି, ଝାରସୁଗୁଡାରୁ ୩ ଲେଖାଏଁ ରହିଛନ୍ତି । ସେହିପରି ଗଜପତି, ଜଗତସିଂହପୁର, ମୟୁରଭଞ୍ଜ, ରାୟଗଡା, ସୁନ୍ଦରଗଡରୁ ୨ ଲେଖାଏଁ ରହିଥିବା ବେଳେ ପୁରୀ, ନୂଆପଡା, ମାଲକାନଗିରି, କନ୍ଧମାଳ, ଯାଜପୁର, ଗଞ୍ଜାମ, ବରଗଡରୁ ଜଣେ ଲେଖାଏଁ ରହିଛନ୍ତି । ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୨୯୧୨ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.