ଆଜି ଓଡ଼ିଶାରେ ପୁଣି ୪୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୨୧୦ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲ୍ଲାରୁ ୫ ଜଣ, ଅନୁଗୁଳ, ବରଗଡ, କଟକ ଓ ସୁନ୍ଦରଗଡରୁ ୪ ଜଣ ଲେଖାଏଁ, ବୌଦ୍ଧ ଓ କଳାହାଣ୍ଡିରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ଗଞ୍ଜାମ, ଝାରସୁଗୁଡା, କେନ୍ଦ୍ରାପଡା, ପୁରୀ ଓ ରାୟଗଡାରୁ ୨ ଜଣ ଲେଖାଏଁ, ଢେଙ୍କାନାଳ, କନ୍ଧମାଳ, ନୟାଗଡ଼, ଓ ସମ୍ଵଲପୁରରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a comment