ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୩ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୩ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୬୩୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୭ ଜଣଙ୍କ ମୃତ୍ୟୁ ହୋଇଛି। ସେହିପରି ବରଗଡ଼, କଟକରୁ ୫ ଜଣଙ୍କ ଜୀବନ ଚାଲି ଯାଇଥିବାବେଳେ ଝାରସୁଗୁଡ଼ା, ପୁରୀରୁ ୪-୪ଜଣଙ୍କର ମୃତ୍ୟୁ ହୋଇଛି। ସେହିପରି ଗଞ୍ଜାମ, କୋରାପୁଟରୁ ୩ ଜଣ ଲେଖାଏଁ ହୋଇଥିବା ବେଳେ ବୌଦ୍ଧ, ବଲାଙ୍ଗୀର, ସମ୍ବଲପୁର ଓ ସୁନ୍ଦରଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁଙ୍କର ମୃତ୍ୟୁ ହୋଇଛି। ସେହିପରି କଳାହାଣ୍ଡି, କନ୍ଧମାଳ, କେନ୍ଦ୍ରାପଡ଼ା, ରାୟଗଡ଼ାରୁ ଜଣେ ଲେଖାଏଁ ଲୋକଙ୍କର ମୃତ୍ୟୁ ହୋଇଛି।

Leave A Reply

Your email address will not be published.