ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୭୬୧ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ଼ ଓ କଟକ ଜିଲ୍ଲାରୁ ୫ ଜଣ ଲେଖାଏଁ, ଅନୁଗୁଳ ଓ ପୁରୀ ଜିଲ୍ଲାରୁ ୪ଜଣ ଲେଖାଏଁ, ଜଗତସିଂହପୁର, କେନ୍ଦ୍ରାପଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ରହିଥିବା ବେଳେ ନୟାଗଡ଼ ଓ ସମ୍ବଲପୁର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ଭଦ୍ରକ, ବୌଦ୍ଧ, ଢେଙ୍କନାଳ ଓ ମାଲକାନଗିରି ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.