ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୪୬ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲା ସର୍ବାଧିକ ୫ଜଣ, ବାଲେଶ୍ୱର, ବରଗଡ଼, କଟକ, ଜଗତସିଂହପୁର, କେନ୍ଦ୍ରାପଡ଼ା, କେନ୍ଦୁଝର, ପୁରୀ, ରାୟଗଡ଼ା, ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ସେହିପରି କଳାହାଣ୍ଡି ଓ ନୟାଗଡ଼ ଜିଲ୍ଲାରୁ ୨ ଜଣ ଲେଖାଏଁ ରହିଥିବା ବେଳେ ଭଦ୍ରକ, ବୌଦ୍ଧ , ଢେଙ୍କାନାଳ, ଗଞ୍ଜାମ, ଝାରସୁଗୁଡ଼ା, ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.