ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୪ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୪ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୧୬୭ କୁ ବୃଦ୍ଧି ପାଇଛି। ଖୋର୍ଦ୍ଧାରୁ ସର୍ବାଧିକ ୫ ଜଣ, ଅନୁଗୁଳ, ବରଗଡ଼, କଟକ ଓ ଝାରସୁଗୁଡ଼ାରୁ ୪ ଜଣ ଲେଖାଏଁ,କଳାହାଣ୍ଡି, ପୁରୀ, ରାୟଗଡ଼ା ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ ଜଣ ଲେଖାଏଁ, ବଲାଙ୍ଗୀର,ବୌଦ୍ଧ ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଦେବଗଡ଼, ଢ଼େଙ୍କାନଳ, ଯାଜପୁର, କେନ୍ଦ୍ରାପଡ଼ା ଓ ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି। ରାଜ୍ୟରେ ବର୍ତ୍ତମାନ ସୁଦ୍ଧା କରୋନା ଯୋଗୁଁ ୩୧୬୭ ଜଣଙ୍କର ମୃତ୍ୟୁ ହୋଇଛି ।

Leave A Reply

Your email address will not be published.