ଆଜି ଓଡ଼ିଶାରେ ପୁଣି ୪୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୦୬୩ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୯ ଜଣ, ନୟାଗଡ ଓ ପୁରୀରୁ ୫ ଲେଖାଏଁ, ଗଞ୍ଜାମ ଓ କେନ୍ଦୁଝରରୁ ୪ ଜଣ ଲେଖାଏଁ, ବରଗଡ ଓ ସୁନ୍ଦରଗଡରୁ ୩ ଲେଖାଏଁ, ଅନୁଗୁଳ, କଟକ, ସମ୍ବଲପୁରରୁ ୨ ଜଣ ଲେଖାଏଁ, ବାଲେଶ୍ୱର, ଢେଙ୍କାନାଳ, ଯାଜପୁର, ଝାରସୁଗୁଡା, ମୟୂରଭଞ୍ଜ, ନବରଙ୍ଗପୁରରୁ ଜଣେ ଲେଖାଏଁ ମୃତ୍ୟୁ ଘଟିଛି।

Leave a comment