ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ଓଡ଼ିଶାରେ ପୁଣି ୪୭ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୭ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୮୪୮ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୯ ଜଣ, ବରଗଡ଼, କଟକ ଓ ନୟାଗଡ଼ ଜିଲ୍ଲାରୁ ୫ଜଣ ଲେଖାଏଁ ରହିଛନ୍ତି । ଗଞ୍ଜାମ, ପୁରୀ ଓ ସୁନ୍ଦରଗଡ଼ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ, ଯାଜପୁର ଓ କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି । ସେହିପରି ବାଲେଶ୍ୱର, ଢେଙ୍କାନାଳ, ଗଜପତି, ଜଗତସିଂହପୁର, ଝାରସୁଗୁଡ଼ା, କଳାହାଣ୍ଡି, ମୟୁରଭଞ୍ଜ, ନୂଆପଡ଼ା ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ଜୀବନ ନେଇଛି କରୋନା।

Leave A Reply

Your email address will not be published.