ଆଜି ଓଡ଼ିଶାରେ ପୁଣି ୪୫ ଜଣଙ୍କ ଜୀବନ ନେଲା ମହାମାରୀ କରୋନା

ରାଜ୍ୟରେ ଚିନ୍ତା ବଢାଉଛି କରୋନା। ଏପଟେ ଦୈନିକ ସଂକ୍ରମଣ ଖସିଥିବା ବେଳେ ମୃତକଙ୍କ ସଂଖ୍ୟାରେ କିନ୍ତୁ ଲାଗୁ ନାହିଁ ବ୍ରେକ । ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୪୫ ଜଣଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ଜନିତ ମୃତ୍ୟୁ ସଂଖ୍ୟା ୩୩୦୨ କୁ ବୃଦ୍ଧି ପାଇଛି। ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୬ ଜଣ, କଟକରୁ ୪ ଜଣ, ଅନୁଗୁଳ, ଭଦ୍ରକ, ଢେଙ୍କାନାଳ, ଜଗତସିଂହପୁର, ପୁରୀ ଓ ସୁନ୍ଦରଗଡ଼ରୁ ୩ ଜଣ ଲେଖାଏଁ, ବାଲେଶ୍ଵର, ବରଗଡ, ଯାଜପୁର, କେନ୍ଦ୍ରାପଡା, କେଉଁଝର ଓ ମୟୂରଭଞ୍ଜରୁ ୨ ଜଣ ଲେଖାଏଁ, ଗଜପତି, ଝାରସୁଗୁଡା, କଳାହାଣ୍ଡି, ନୟାଗଡ଼ ଓ ନୂଆପଡାରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave a comment