ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ଯରେ କରୋନା ନେଲା ଆଉ ୬୭ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୭ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୦୩୩ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୧୨ ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୧ଜଣ, କଟକ ଜିଲ୍ଲାରୁ ୧୦ଜଣ, ପୁରୀ ଜିଲ୍ଲାରୁ ୬ଜଣ, ଢେଙ୍କାନାଳ ଜିଲ୍ଲାରୁ ୫ଜଣ ରହିଛନ୍ତି । ସେହିପରି ଗଞ୍ଜାମ ଓ ଜଗତସିଂହପୁର ଜିଲ୍ଲାରୁ ୪ଜଣ ଲେଖାଏଁ ରହିଥିବା ବେଳେ ଅନୁଗୁଳ ଓ ଭଦ୍ରକ ଜିଲ୍ଲାରୁ ୩ଜଣ ଲେଖାଏଁ ରହିଛନ୍ତି । ବାଲେଶ୍ୱର, ଝାରସୁଗୁଡ଼ା, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବରଗଡ଼, ଯାଜପୁର ଓ କେନ୍ଦୁଝର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

Leave A Reply

Your email address will not be published.