ରାଜ୍ଯରେ କରୋନା ନେଲା ଆଉ ୬୯ ଜଣଙ୍କ ଜୀବନ

ଭୁବନେଶ୍ୱର: ରାଜ୍ୟରେ ଚିନ୍ତା ବଢାଉଛି କରୋନା ମୃତ୍ୟୁସଂଖ୍ୟା। । କରୋନା ଗତ ୨୪ ଘଣ୍ଟାରେ ଆଉ ୬୯ ଜଣଙ୍କ ଜୀବନ ନେଇଛି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୧୦୨ କୁ ବୃଦ୍ଧି ପାଇଛି । ମୃତକଙ୍କ ମଧ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୩ ଜଣ, କଟକରୁ ୯ ଜଣ, ପୁରୀରୁ ୭ ଜଣ, କେନ୍ଦ୍ରାପଡାରୁ ୬ ଜଣ, ବାଲେଶ୍ୱର, ଭଦ୍ରକ, ଜଗତସିଂହପୁର ଓ ମୟୂରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଅନୁଗୁଳ, ଢେଙ୍କାନାଳ, ଗଞ୍ଜାମ, ଯାଜପୁର ଓ କଳାହାଣ୍ଡିରୁ ୨ ଜଣ ଲେଖାଏଁ, ବଲାଙ୍ଗୀର, ନୟାଗଡରୁ ଜଣେ ଲେଖାଏଁ ରହିଛନ୍ତି ।

Leave a comment