ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ସଂସଦର ଶୀତ ଅଧିବେଶନ ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଲେ କେନ୍ଦ୍ର ସରକାର

ନୂଆଦିଲ୍ଲୀ: ଆସନ୍ତାକାଲି ଠାରୁ ଆରମ୍ଭ ହେବ ସଂସଦର ଶୀତକାଳୀନ ଅଧିବେଶନ । ଏହା ପୂର୍ବରୁ ଆଜି ସର୍ବଦଳୀୟ ବୈଠକ ଡାକିଛନ୍ତି କେନ୍ଦ୍ର ସରକାର । ବୈଠକରେ ସଂସଦ କାର୍ଯ୍ୟ ସୁରୁଖୁରରେ ଚଲାଇବା ସବୁ ଦଳର ସହ ଯୋଗ ଲୋଡିବେ ସରକାର । ଏଥିସହ ଶୀତ ଅଧିବେଶନରେ ଆଗତ ହେବାକୁ ଥିବା ବିଧେୟକ ସଂପର୍କିତ ଗୁରୁତ୍ୱପୂର୍ଣ୍ଣ ବିଷୟରେ ଆଲୋଚନା ହେବ । ସର୍ବଦଳୀୟ ବୈଠକରେ ପ୍ରଧାନମନ୍ତ୍ରୀଙ୍କ ସହ ଉଭୟ ଗୃହର ବହୁ ନେତା ସାମିଲ ହେବା ସୂଚନା ରହିଛି । ସୂଚନାଯୋଗ୍ୟ ଯେ ସର୍ବଦଳୀୟ ବୈଠକ ପୂର୍ବରୁ ସଂସଦୀୟ ବ୍ୟାପାର ମନ୍ତ୍ରୀ ପ୍ରହ୍ଲାଦ ଯୋଶୀ ଲୋକସଭା ଏବଂ ରାଜାସଭାର ବିଭିନ୍ନ ଦଳର ନେତାମାନଙ୍କୁ ନିମନ୍ତ୍ରଣ ପଠାଇଛନ୍ତି।

ସଂସଦର ଶୀତକାଳୀନ ଅଧିବେଶନ ଡିସେମ୍ବର ୭ ଠାରୁ ଆରମ୍ଭ ହୋଇ ଡିସେମ୍ବର ୨୯ ପର୍ଯ୍ୟନ୍ତ ଚାଲିବ। ଏଥର ସର୍ବଦଳୀୟ ବୈଠକ ବଦଳରେ ବିଜନେସ ଆଡଭାଇଜରୀ କମିଟିର ବୈଠକ ଡାକିବାକୁ ନିଷ୍ପତ୍ତି ନିଆଯାଇଛି।

Leave A Reply

Your email address will not be published.