ରାଜ୍ୟରେ ଆଜି ୧୯୩ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର : ରାଜ୍ୟରେ ତଳ ଉପର ହେଉଛି କରୋନା ଗ୍ରାଫ୍ । ଗତ ୨୪ ଘଣ୍ଟାରେ ୧୯୩ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବୟସର ରହିଛନ୍ତି ୨୩ ଜଣ । ସେହିପରି ୧୧୪ ଜଣ କ୍ୱାରେଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୭୯ ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ୱିଟ ଯୋଗେ ସୂଚନା ଦିଆଯାଇଛି । ବର୍ତ୍ତମାନ ରାଜ୍ୟରେ ୧୦୫୦୦୬୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ ୨୩୮୩ ଟି ଆକ୍ଟିଭ୍ କେସ୍ ରହିଥିବା ବେଳେ ୧୦୩୯୨୦୪ ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ଏବେ ସୁଦ୍ଧା ରାଜ୍ୟରେ ୨୩୯୬୪୪୮୭ ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a comment