ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ବିଜୟା ଦଶମୀ, ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ

ଆଜି ବିଜୟା ଦଶମୀ । ଅସତ୍ୟ ଉପରେ ସତ୍ୟର ଜୟ । ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ। ପୀଠ ଗୁଡିକରେ ଆଜି ମହିଷାମର୍ଦ୍ଦିନୀ ବେଶରେ ଦର୍ଶନ ଦେଉଛନ୍ତି ମା ଦୁର୍ଗା। କିମ୍ବଦନ୍ତୀ ଅନୁଯାୟୀ ମହିଷାସୁରର ଅତ୍ୟାଚାର ଅସହ୍ୟ ହେବାରୁ ଦେବତାମାନେ ଦୁର୍ଗାଙ୍କୁ ଆବାହନ କରିଥିଲେ । ଦେବୀ ଦୁର୍ଗା ସିଂହବାହିନୀ ସାଜି ମହିଷାସୁରକୁ ବଦ୍ଧ କରିଥିଲେ । ଆଶ୍ୱୀନ ଶୁକ୍ଳପକ୍ଷ ଅଷ୍ଟମୀ ଓ ନବମୀ ସନ୍ଧିକ୍ଷଣରେ ଦେବୀ ଦୁର୍ଗା ମହିଷାସୁରକୁ ନିପାତ କରିଥିବାରୁ ଏହି ସମୟରେ ଦେବୀଙ୍କୁ ମହାଶକ୍ତି ରୂପେ ପୂଜା କରାଯାଏ । ତେବେ ଦଶହରା ଦିନ ପ୍ରଭୁ ଶ୍ରୀରାମଚନ୍ଦ୍ର ମଧ୍ୟ ମାତୃଶକ୍ତି ବନଦୁର୍ଗାଙ୍କୁ ପୂଜା କରି ପ୍ରବଳ ପ୍ରତାପୀ ରାବଣକୁ ବଦ୍ଧ କରିଥିଲେ । ତେଣୁ ଦଶହରାକୁ ଅଧର୍ମ ଉପରେ ଧର୍ମର ବିଜୟ ଉତ୍ସବ ଭାବେ ମଧ୍ୟ ପାଳନ କରାଯାଉଛି । ଦଶହରା ଦିନ ରାବଣପୋଡିର ପରମ୍ପରା ରହିଛି ।

କୋଭିଡ ସ୍ଥିତି ଯୋଗୁଁ ପାର୍ବଣର ମାହୋଲରେ ଚାକଚକ୍ୟ କମିଛି ।ସମସ୍ତ ପୂଜା ମଣ୍ଡପ ଗୁଡିକରେ ଜଗତଜନନୀ ଦେବୀ ଦୁର୍ଗାଙ୍କର ବିଜୟାଦଶମୀ ପୂଜାର୍ଚ୍ଚନା ଜାରି ରହିଛି । ସକାଳୁ ଉପଚାର ପୂଜା କରାଯିବା ପରେ ବିଜୟାଦଶମୀ ଅନୁଷ୍ଠିତ ହେବ । ଏହା ପରେ ଅପରାଜିତା ପୂଜା, ଅନ୍ନପୂର୍ଣ୍ଣା ଭିକ୍ଷା ଓ ଶେଷରେ ମଣ୍ଡପରେ ଘଟ ବିସର୍ଜନ ବିଧି ପାଳିତ ହେବ ।

Leave A Reply

Your email address will not be published.