ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ରାଜ୍ୟରେ ସର୍ବାଧିକ ୬୭ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୭ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୯୯୨ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୫ଜଣ ରହିଥିବା ବେଳେ ଗଞ୍ଜାମ ଜିଲ୍ଲାରୁ ୮ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ, ମୟୂରଭଞ୍ଜ ଓ ପୁରୀ ଜିଲ୍ଲାରୁ ୬ଜଣ ଲେଖାଏଁ ରହିଛନ୍ତି। ସେହିପରି ବରଗଡ଼ ଜିଲ୍ଲାରୁ ୪ ଜଣ, ନୟାଗଡ଼ ଜିଲ୍ଲାରୁ ୩ଜଣ ରହିଛନ୍ତି । ଅନୁଗୁଳ, ଭଦ୍ରକ, ବୌଦ୍ଧ, ଗଜପତି, ଜଗତସିଂହପୁର, ଯାଜପୁର , କଳାହାଣ୍ଡି ଓ କନ୍ଧମାଳ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.