ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆଜି ରାଜ୍ୟରେ ସର୍ବାଧିକ ୬୬ ଜଣଙ୍କ ଜୀବନ ନେଲା କରୋନା

ରାଜ୍ୟରେ କରୋନା ସଂକ୍ରମଣ ସାମାନ୍ୟ କମିଥିବାବେଳେ ମୃତ୍ୟୁ ସଂଖ୍ୟାରେ କିନ୍ତୁ ଲାଗୁନି ବ୍ରେକ । ଗତ ୨୪ ଘଣ୍ଟାରେ ଆଉ ୬୬ ଜଣ ଆକ୍ରାନ୍ତଙ୍କ ଜୀବନ ନେଇଛି ମହାମାରୀ କରୋନା । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୮୬୧ କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ଵାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ପ୍ରଦାନ କରାଯାଇଛି । ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୨୧ଜଣ ରହିଥିବା ବେଳେ ବରଗଡ଼ , ସୁନ୍ଦରଗଡ଼ ଜିଲ୍ଲାରୁ ୧୦ ଜଣେ ଲେଖାଏଁ ରହିଛନ୍ତି । ବାଲେଶ୍ୱର ଜିଲ୍ଲାରୁ ୮ଜଣ ରହିଥିବା ବେଳେ ସମ୍ବଲପୁର ଜିଲ୍ଲାରୁ ୭ଜଣ ରହିଛନ୍ତି । ସେହିପରି ଭଦ୍ରକ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ ଲେଖାଏଁ ରହିଥିବା ବେଳେ ବଲାଙ୍ଗୀର, କଟକ, ଗଞ୍ଜାମ, ଜଗତସିଂହପୁର, କଳାହାଣ୍ଡି, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

Leave A Reply

Your email address will not be published.