ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆସନ୍ତାକାଲି ଶ୍ରୀଜଗନ୍ନାଥ ମେଡିକାଲ କଲେଜର ଉଦ୍‍ଘାଟନ କରିବେ ମୁଖ୍ୟମନ୍ତ୍ରୀ

ପୁରୀ: ଆସନ୍ତା ସୋମବାର ପୁରୀ ଗସ୍ତରେ ଆସିବେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବହୁ ପ୍ରତିକ୍ଷୀତ ଶ୍ରୀଜଗନ୍ନାଥ ମେଡିକାଲ କଲେଜକୁ ଉଦ୍‍ଘାଟନ କରିବେ। ଅପରାହ୍ନ ୫ଟାରେ ମୁଖ୍ୟମନ୍ତ୍ରୀ ପୁରୀରେ ପହଞ୍ଚି ଏହି ଶୁଭ ଉଦ୍‍ଘାଟନ କାର୍ଯ୍ୟକ୍ରମରେ ଯୋଗଦେବେ ବୋଲି ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ମୁଖ୍ୟମନ୍ତ୍ରୀଙ୍କ ଗସ୍ତକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ଏବଂ ପୁଲିସ ପ୍ରଶାସନ ପକ୍ଷରୁ ଜୋର୍‍ଦାର ପ୍ରସ୍ତୁତି ଚାଲିଛି। ଶନିବାର ବରିଷ୍ଠ ଅଧିକାରୀମାନଙ୍କ ସହ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସୁରକ୍ଷା କର୍ମୀ ମେଡିକାଲ କଲେଜ ପରିସରରେ ସୁରକ୍ଷା ବ୍ୟବସ୍ଥାର ଅନୁଧ୍ୟାନ କରିଛନ୍ତି। ଏଥିସହ ଜିଲ୍ଲାପାଳ ସମର୍ଥ ବର୍ମା, ଏସ୍‍ପି ଡ. କନୱର ବିଶାଲ ସିଂ, ଅତିରିକ୍ତ ଜିଲ୍ଲାପାଳ ପ୍ରଦୀପ କୁମାର ସାହୁ, ଉପଜିଲ୍ଲାପାଳ ଭବତାରଣ ସାହୁ ଏବଂ କଲେଜ କର୍ତ୍ତୃପକ୍ଷଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀମାନେ ମେଡିକାଲ କଲେଜ ପରିସରକୁ ଯାଇ ପ୍ରସ୍ତୁତିର ତଦାରଖ କରିଛନ୍ତି।

ଅନ୍ୟପକ୍ଷରେ ମେଡିକାଲ କଲେଜରେ ପ୍ରଥମ ବ୍ୟାଚ୍‍ ପାଇଁ ଏମ୍‍ବିବିଏସ୍‍ ଛାତ୍ରଛାତ୍ରୀଙ୍କ ନାମଲେଖା ଶେଷ ହୋଇଛି। ଏହି ଛାତ୍ରଛାତ୍ରୀମାନଙ୍କୁ ମୁଖ୍ୟମନ୍ତ୍ରୀ କଲେଜ କ୍ୟାମ୍ପସ ପରିସରରେ ସ୍ୱାଗତ କରିବେ। ପୁରୀ ଭଳି ଅନ୍ତର୍ଜାତୀୟ ପର୍ଯ୍ୟଟନସ୍ଥଳୀରେ ମେଡିକାଲ କଲେଜ ସ୍ଥାପନା କରାଯାଇଥିବାରୁ ଏହାକୁ ନେଇ ଛାତ୍ରଛାତ୍ରୀ, ଅଭିଭାବକ ଓ କଲେଜ କର୍ତ୍ତୃପକ୍ଷ ବେଶ୍‍ ଉତ୍ସାହିତ ଅଛନ୍ତି। ତେବେ ଶୁକ୍ରବାର କେନ୍ଦ୍ରାଞ୍ଚଳ ଆଇଜି ନରସିଂହ ଭୋଳ ପୁରୀ ଆସି ଏସ୍‍ପି ଓ ଜିଲ୍ଲାପାଳଙ୍କ
ସହ ମୁଖ୍ୟମନ୍ତ୍ରୀଙ୍କ ଗସ୍ତ ସମ୍ପର୍କରେ ଆଲୋଚନା କରିଥିଲେ।

Leave A Reply

Your email address will not be published.