ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଶ୍ରୀମନ୍ଦିରରେ ତ୍ରିବିକ୍ରମ ବେଶରେ ଦର୍ଶନ ଦେଉଛନ୍ତି ମହାପ୍ରଭୁ

ପୁରୀ : ବୁଧବାର କାର୍ତ୍ତିକମାସ ଶୁକ୍ଳପକ୍ଷ ତ୍ରୟୋଦଶୀ ତିଥି । ଏହିଦିନ ଶ୍ରୀମନ୍ଦିରରେ ଠାକୁରମାନଙ୍କର ଆଡ଼କିଆ ବା ତ୍ରିବିକ୍ରମ ବେଶ ଅନୁଷ୍ଠିତ ହୋଇଛି। ଶ୍ରୀଜୀଉମାନଙ୍କର ଅବକାଶ ନୀତି ଶେଷ ହେବା ପରେ ଏହି ବେଶ କରାଯାଇଥିଲା। ପୁଷ୍ପାଳକ ସେବକମାନେ ଏହି ବେଶ ସମ୍ପାଦନ କରିଥିଲେ। ଆଡ଼କିଆ ବେଶରେ ଜଗନ୍ନାଥ ଓ ବଳଭଦ୍ରଙ୍କ ମସ୍ତକରେ ଚୂଳ ଲଗାଯାଏ । ଚୂଳ ଦୁଇଟି ସୋଲ, କନା, ବେତ, ଜମ୍ବୁରା, କଇଁଥ ଅଠା ଇତ୍ୟାଦିରେ ନିର୍ମିତ ହୋଇଥାଏ । ଏହି ଚୂଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡବାଗରେ ଖୋସା ଯାଇଥାଏ । ସୁଭଦ୍ରା ଓ ଅନ୍ୟ ଦୁଇ ଠାକୁରଙ୍କ ମସ୍ତକର ଶୀର୍ଷ ଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ମଧ୍ୟ ଖଞ୍ଜା ଯାଇଥାଏ । ଏଥି ସହିତ ପୂର୍ବ ଦିନ ପରି ଅନ୍ୟାନ୍ୟ ସ୍ୱର୍ଣ୍ଣ ଅଳଙ୍କାର ଓ ହଳ, ମୂଷଳ, ଶଙ୍ଖ, ଚକ୍ର ଏବଂ ପାଟ ବସ୍ତ୍ର ଇତ୍ୟାଦିରେ ଠାକୁରମାନଙ୍କୁ ଆଡକିଆ ବା ତ୍ରିବିକ୍ରମ ବେଶରେ ଭୂଷିତ କରାଯାଇଥାଏ । ।

ଏହି ବେଶରେ ଘାଗଡା ମାଳି , ବରକୋଳି ମାଳି , ପଦ୍ମମାଳି, ଗିନିମାଳି, ପଦକ ମାଳି ପିନ୍ଧାଯାଏ । ଏହା ବ୍ୟତିତ ମହାପ୍ରଭୁଙ୍କ ଅନ୍ୟାନ୍ୟ ଅଳଙ୍କାର , ମାଳି,ଶ୍ରୀପୟର ,ଶ୍ରୀହସ୍ତ ଏବଂ ଆୟୁଧ ମଧ୍ୟ ଲାଗି କରାଯାଏ ।
ଏହି ବେଶରେ ଶ୍ରୀଜୀଉମାନଙ୍କ ଶ୍ରୀମସ୍ତକରେ ସୋଲ, କନା, ବେତ, ଜମ୍ବୁରା ଓ କଇଁଥ ଅଠାରେ ତିଆରି ହୋଇଥିବା ଚୁଳ ଲଗାଯାଏ । ଏହି ଚୁଳରେ ସ୍ୱର୍ଣ୍ଣ ନିର୍ମିତ କିଆ ଆଡ଼ବାଗରେ ଖୋସାଯାଇଥିବା ବେଳେ ଶୀର୍ଷଭାଗରେ ସ୍ୱର୍ଣ୍ଣ ଚନ୍ଦ୍ରିକା ଖୋସାଯାଇଥାଏ ।

Leave A Reply

Your email address will not be published.