ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଯାତ୍ରୀବାହୀ ଅଟୋକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ, ୫ ମୃତ

କାମାକ୍ଷାନଗର: କାଳ ସାଜିଲା କୋଇଲା ବୋଝେଇ ଟ୍ରକ । ସକାଳୁ ସକାଳୁ ଢେଙ୍କାନାଳ ଜିଲ୍ଲା କମାକ୍ଷାନଗରରୁ ଆସିଲା ହୃଦୟ ବିଦାରକ ସଡକ ଦୁର୍ଘଟଣାର ଖବର । କାମାକ୍ଷାନଗର ଏନଏଚ ୫୩ ପଥରଖମ୍ବ ଛକ ନିକଟରେ ଏକ ଯାତ୍ରୀବାହି ଅଟୋକୁ ଧକ୍କା ଦେଲା କୋଇଲା ବୋଝେଇ ଟ୍ରକ୍‌ । ଘଟଣାସ୍ଥଳରେ ୫ ଜଣଙ୍କ ମୃତ୍ୟୁ ଘଟିଛି । ମୃତକ ମାନେ କାମାକ୍ଷାନଗର ଥାନା ବାଉଁଶପାଳ ପଂଚାୟତ ଅନ୍ତର୍ଗତ ବାଙ୍ଗୁରା ଗାଁର ହୋଇଥିବା ସୂଚନା । ମୃତକ ମାନେ ଗାଁର ଅନନ୍ତ ସାମଲ ,ପ୍ରହ୍ଲାଦ ସାମଲ ,ଆଦିକନ୍ଧ ସାମଲ ,ଅଂକୁର ସାମଲ ଓ ପୁଅ ଦିବ୍ୟରଞ୍ଜନ ସାମଲ । ୫ ଜଣ ମୃତକଙ୍କ ମଧ୍ୟରେ ଜଣେ ୧୩ ବର୍ଷୀୟ ଶିଶୁ ରହିଛନ୍ତି । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ସୂଚନା ଅନୁସାରେ, ଭୋର ସମୟରୁ ମହୁଲ ଫଳ ପେଶାଇବା ପାଇଁ ମୁକ୍ତାପଶି ଯାଉଥିବା ବେଳେ ଘଟିଛି ଦୁର୍ଘଟଣା । ଦୁର୍ଘଟଣା ପରେ ଟ୍ରକ ଛାଡି ଡ୍ରାଇଭର ଫେରାର ହୋଇ ଯାଇଥିବା ଜଣାପଡିଛି । ଘଟଣା ସ୍ଥଳରେ ଉତ୍ତେଜନା ଲାଗି ରହିଛି । ଉତ୍ତେଜନାକୁ ଆଖି ଆଗରେ ରଖି ପୋଲିସ ମୁତୟନ କରାଯାଇଛି ।

Leave A Reply

Your email address will not be published.