ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ ( 0୩-୦୮-୨୦୨୧ )

ମେଷ:ହେଉଥିବା କାର୍ଯ୍ୟ ବିଗିଡ଼ି ଯାଇପାରେ। ଆର୍ଥିକ ଚାପ ରହିବ। ମହିଳାମାନେ ଉଦାରମନା ରହିବେ। ଶିଳ୍ପ ଓ ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶୁଭ ଅଙ୍କ-୭,ଶୁଭ ରଙ୍ଗ-କଫି

ବୃଷ:କର୍ମକ୍ଷେତ୍ରରେ ଉଚ୍ଚ ଆଶା ସଫଳ ହେବ। ରାଜନୀତିରେ ସକ୍ରିୟ ରହିବେ। ମହିଳାମାନେ ଆଦର ସମ୍ମାନ ପାଇବେ। ଶିଳ୍ପ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-କଳା

ମିଥୁନ:କୌଣସି କାର୍ଯ୍ୟ ଉଦ୍ଦେଶ୍ୟରେ ଦୂରଯାତ୍ରା କରିପାରନ୍ତି। ଚାକିରିରେ ଅପଦସ୍ତ ହୋଇପାରନ୍ତି। ରାଜନୀତିରେ ଅସହଯୋଗ ରହିବ। ବାଣିଜ୍ୟ ପ୍ରତିକୂଳ ରହିବ। ଶୁଭ ଅଙ୍କ-୫,ଶୁଭ ରଙ୍ଗ-ସବୁଜ

କର୍କଟ:କର୍ମକ୍ଷେତ୍ରରେ ସହଯୋଗ ପାଇ ଆଗେଇବେ। ଚାକିରିରେ ଅସ୍ଥିରତା ଦେଖାଦେବ। ମହିଳାମାନେ ସ୍ବାସ୍ଥ୍ୟ ସମସ୍ୟାରେ ପଡିପାରନ୍ତି। ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଏଥିସହିତ ପଢ଼ନ୍ତୁ

ସିଂହ:ଅଟକି ରହିଥିବା କାର୍ଯ୍ୟ ସମ୍ପନ୍ନ ହେବ। ମହିଳାମାନେ ଆତ୍ମନିର୍ଭରଶୀଳ ହେବେ। ରାଜନୀତିରେ ଲୋକପ୍ରିୟ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍

କନ୍ୟା:ଦିନଟି ଆୟବ୍ୟୟ ସମାନ ରହିବ। ଚାକିରିରେ କର୍ତ୍ତବ୍ୟନିଷ୍ଠ ରହିବେ।ମହିଳାମାନେ ସ୍ବାଭିମାନୀ ହେବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ତୁଳା:ଦିନଟି ଅଶାନ୍ତି ଓ ଦୁଶ୍ଚିନ୍ତା ଭିତରେ କଟିବ। ଚାକିରିରେ ସହକର୍ମୀଙ୍କ ସହ ବିବାଦ ହୋଇପାରେ। ବାଣିଜ୍ୟରେ ବ୍ୟୟବହୁଳତା ରହିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ବିଛା:ନୈରାଶ୍ୟ ଭିତରେ ବି ଆଶାର ସଞ୍ଚାର ହେବ। ଚାକିରିରେ ପ୍ରଶଂସା ପାଇବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ବାଣିଜ୍ୟରେ ସ୍ବଳ୍ପ ଲାଭ ମିଳିବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା

ଧନୁ:କର୍ମକ୍ଷେତ୍ରରେ ସହଯୋଗ ପାଇବେ। ଚାକିରିରେ ସମ୍ମାନ ବୃଦ୍ଧି ପାଇବ। ବାଣିଜ୍ୟରେ ଉନ୍ନତି ହେବ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍

ମକର:ଦିନଟି ବ୍ୟସ୍ତ ବିବ୍ରତ ଭିତରେ କଟିବ। ସାଂସାରିକ ଭୁଲ୍‌ ବୁଝାମଣା ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ମାନ୍ଦା ରହିବ। ଶୁଭ ଅଙ୍କ-୮,ଶୁଭ ରଙ୍ଗ-ନୀଳ

କୁମ୍ଭ:ପରିଶ୍ରମର ଫଳ ପାଇବେ। ଚାକିରିରେ କର୍ତ୍ତୃପକ୍ଷଙ୍କ ଆସ୍ଥାଭାଜନ ହେବେ। ପରିବହନ ଓ ବାଣିଜ୍ୟରେ ସନ୍ତୋଷଜନକ ଫଳ ମିଳିବ। ଶୁଭ ଅଙ୍କ-୪,ଶୁଭ ରଙ୍ଗ-ମେଟାଲିକ୍

ମୀନ:ଦୃଢ଼ ମନୋବଳ ନେଇ କର୍ମ କରିବେ। ରାଜନୀତିରେ ଚଳଚଞ୍ଚଳ ରହିବେ। ମହିଳାମାନେ ଭ୍ରମଣପ୍ରିୟ ହେବେ। ବାଣିଜ୍ୟରେ ସଫଳ ହେବେ। ଶୁଭ ଅଙ୍କ-୩,ଶୁଭ ରଙ୍ଗ-କ୍ରିମ୍

Leave A Reply

Your email address will not be published.