ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମଙ୍ଗଳବାର ରାଶିଫଳ (୧୨-୦୪-୨୦୨୨)

ମେଷ: ଦିନଟିରେ କର୍ମତତ୍ପର ରହିବେ। ଚାକିରିରେ ସହଯୋଗ ପାଇବେ। ରାଜନୀତିରେ ଲୋକସମ୍ପର୍କ ବୃଦ୍ଧି ପାଇବ। ମହିଳାମାନେ ଯଶ ପାଇବେ। ବାଣିଜ୍ୟରେ ଲାଭାନ୍ବିତ ହେବେ। ଶୁଭ ଅଙ୍କ-୩, ଶୁଭ ରଙ୍ଗ-ହଳଦିଆ।

ବୃଷ:କାର୍ଯ୍ୟ ବିଳମ୍ବ ଓ ମନସ୍ତାପ ଦେଖାଦେବ। ମହିଳାମାନେ ବିରକ୍ତିମନା ରହିବେ। ରାଜନୀତିରେ ପ୍ରତିଦ୍ବନ୍ଦ୍ବିତା ରହିବ। ବାଣିଜ୍ୟରେ ବିଶେଷ ଭଲ ହେବ ନାହିଁ। ଶିକ୍ଷାର୍ଥୀ ଆଳସ୍ୟ ରହିବେ। ଶୁଭ ଅଙ୍କ-୨, ଶୁଭ ରଙ୍ଗ- ଧଳା।

ମିଥୁନ: ସମାଜରେ ପ୍ରତିଷ୍ଠିତ ହେବେ। ଚାକିରିରେ କର୍ତ୍ତୃପକ୍ଷଙ୍କର ଆସ୍ଥାଭାଜନ ହେବେ । ରାଜନୀତିରେ ସକ୍ରିୟ ରହିବେ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବ। ଶୁଭ ଅଙ୍କ-୫, ଶୁଭ ରଙ୍ଗ- ସବୁଜ।

କର୍କଟ:କୌଣସି କାର୍ଯ୍ୟକୁ ନେଇ ଉତ୍ତେଜନାରେ ରହିବେ। ରାଜନୀତିରେ ପ୍ରତିକୂଳ ସ୍ଥିତି ରହିବ। ଶିଳ୍ପ ଓ ବାଣିଜ୍ୟରେ ପ୍ରତିବନ୍ଧକ ରହିବ। ଶିକ୍ଷାର୍ଥୀ ଚିନ୍ତାରେ ରହିବ। ଶୁଭ ଅଙ୍କ-୯,ଶୁଭ ରଙ୍ଗ-ମେରୁନ୍‌।

ଏଥିସହିତ ପଢ଼ନ୍ତୁ

ସିଂହ: ଦିନଟି ହର୍ଷୋଲ୍ଲାସ ଭିତରେ କଟିବ। ଚାକିରିରେ ପ୍ରଶଂସିତ ହେବେ। ରାଜନୀତିରେ ଲୋକପ୍ରିୟତା ବୃଦ୍ଧି ପାଇବ। ବାଣିଜ୍ୟରେ ଲାଭ ମିଳିବ। ଶିକ୍ଷାର୍ଥୀ ସଫଳ ହେବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ- ପିଙ୍କ୍‌।

କନ୍ୟା: ବ୍ୟୟ ବହୁଳତା କାରଣରୁ ଅଭାବରେ ପଡ଼ିବେ। ରାଜନୀତିରେ ବିବାଦୀୟ ସ୍ଥିତି ରହିବ। ଚାକିରିରେ କାର୍ଯ୍ୟଭାର ରହିବ। ବାଣିଜ୍ୟରେ ମନ୍ଥର ରହିବ। ଶିକ୍ଷାର୍ଥୀ ଚଞ୍ଚଳମନା ରହିବେ। ଶୁଭ ଅଙ୍କ-୪,ଶୁଭ ରଙ୍ଗ- ମେଟାଲିକ୍‌।

ତୁଳା:ସ୍ବପ୍ନ ସାକାର ହେବ। ଦେହ ଓ ମନ ଭଲ ରହିବ। ଚାକିରିରେ ମାନମର୍ଯ୍ୟାଦା ବୃଦ୍ଧି ହେବ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ ଉଚ୍ଚାଭିଳାଷୀ ହେବେ। ଶୁଭ ଅଙ୍କ- ୨,ଶୁଭ ରଙ୍ଗ-ଧଳା।

ବିଛା: କାର୍ଯ୍ୟସିଦ୍ଧି ସହ ସୁଖସମ୍ମାନ ପ୍ରାପ୍ତି ହେବ। ପ୍ରଶାସନିକ ଓ ରାଜନୀତିରେ ପ୍ରଭାବଶାଳୀ ରହିବେ। ମହିଳାମାନେ ଯୋଗ୍ୟ ପ୍ରତିପାଦିତ ହେବେ। ବାଣିଜ୍ୟରେ ଉତ୍ତମ ଆୟ ହେବ। ଶୁଭ ଅଙ୍କ- ୩, ଶୁଭ ରଙ୍ଗ-ଗୋଲ୍‌ଡେନ୍‌।

ଧନୁ:କର୍ମକ୍ଷେତ୍ରର ପରିସର ବୃଦ୍ଧି ପାଇବ। ଚାକିରିରେ ଧନ ସମ୍ମାନ ପାଇବେ। ରାଜନୀତିରେ ପ୍ରସିଦ୍ଧି ବଢ଼ିବ। ପରିବହନ ଓ ବାଣିଜ୍ୟରେ ସଞ୍ଚୟ ହେବ। ଶିକ୍ଷାର୍ଥୀ କୃତକାର୍ଯ୍ୟ ହେବ। ଶୁଭ ଅଙ୍କ-୨,ଶୁଭ ରଙ୍ଗ-ଧଳା।

ମକର: କେତେକ କାର୍ଯ୍ୟକୁ ନେଇ ଚିନ୍ତିତ ରହିବେ। ରାଜନୀତିରେ ପ୍ରତିକୂଳ ପରିସ୍ଥିତି ରହିବ। ଚାକିରିରେ ସମସ୍ୟା ରହିବ। ବାଣିଜ୍ୟରେ ସାଧାରଣ ଫଳ ମିଳିବ। ଶିକ୍ଷାର୍ଥୀ ଆଳସ୍ୟ ରହିବେ।ଶୁଭ ଅଙ୍କ- ୪,ଶୁଭ ରଙ୍ଗ- ମେଟାଲିକ୍‌।

କୁମ୍ଭ: କର୍ମକ୍ଷେତ୍ର ସମସ୍ୟା ବହୁଳ ରହିବ। ରାଜନୀତିରେ ଉତ୍ତେଜନା ପରିସ୍ଥିତି ରହିପାରେ। ମହିଳାମାନେ ନିଜକୁ ହେୟ ମନେ କରିବେ। ବାଣିଜ୍ୟରେ ଚିନ୍ତାଜନକ ପରିସ୍ଥିତି ରହିବ। ଶୁଭ ଅଙ୍କ- ୫,ଶୁଭ ରଙ୍ଗ- ସବୁଜ।

ମୀନ: ବିଭିନ୍ନ ଉପାୟରେ ଅର୍ଥାଗାମ ହୋଇପାରେ। ଚାକିରିରେ ଉଚ୍ଚପ୍ରଶଂସା ପାଇବେ। ପ୍ରଶାସନିକ ଦାୟିତ୍ବବୋଧ ରହିବ। ବାଣିଜ୍ୟରେ ଉତ୍ତମ ଲାଭ ମିଳିବ। ଶିକ୍ଷାର୍ଥୀ ନିଷ୍ଠାପର ରହିବେ। ଶୁଭ ଅଙ୍କ-୧,ଶୁଭ ରଙ୍ଗ-ପିଙ୍କ୍‌।

Leave A Reply

Your email address will not be published.