ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଦୁଇ ବାଇକ ମୁହାଁମୁହିଁ ଧକ୍କା, ୨ମୃତ

କୋରାପୁଟ: କୋରାପୁଟ ଜିଲ୍ଲା ସେମିଳିଗୁଡା ଥାନା ଅନ୍ତର୍ଗତ ସାକିଆଗୁଡା ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ୨ ବାଇକ ମଧ୍ୟରେ ମୁହାଁମୁହିଁ ଧକ୍କା ହୋଇଛି। ଏହି ଦୁର୍ଘଟଣାରେ ୨ ଜଣଙ୍କର ମୃତ୍ୟୁ ଘଟିଛି । ଦୃତ ଗତିରେ ଉଭୟେ ଯାଉଥିବାବେଳେ ମୁହାଁମୁହିଁ ଧକ୍କା ହୋଇଥିଲା। ଘଟଣା ସ୍ଥଲରେ ହିଁ ସାକିଆଗୁଡା ଗ୍ରାମର ୨୦ ବର୍ଷ ବୟସ୍କ ଯୁବକ ତ୍ରୀନାଥ ହନ୍ତାଳଙ୍କ ମୃତ୍ୟ ଘଟିଥିଲା । ଅନ୍ୟ ଜଣକ କାଙ୍ଗରା ଗ୍ରାମର ପିଣ୍ଟୁ ନନ୍ଦିବାଲିଙ୍କ କୋରାପୁଟ ମେଡିକାଲରେ ଚିକିତ୍ସାଧିନ ଅବସ୍ଥାରେ ମୃତ୍ୟୁ ଘଟିଛି। ଘଟଣାକୁ ନେଇ ଉଭୟଙ୍କ ଗ୍ରାମରେ ଶୋକାକୂଳ ପରିବେଶ ସୃଷ୍ଟି ହୋଇଛି।

Leave A Reply

Your email address will not be published.