ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗୋଟିଏ ଡାଳରେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ବାରିପଦା: ସ୍ଥାନୀୟ ସଦର ଥାନା ଅଧୀନ ଶଙ୍ଖାଭଙ୍ଖା ପଞ୍ଚାୟତ, ଶିଖରଘାଟି ଗ୍ରାମର ଏକ ଆମ୍ବ ଗଛ ଡାଳରେ ଜଣେ ନାବାଳକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହକୁ ପୁଲିସ ଉଦ୍ଧାର କରିଛି । ସକାଳେ ସ୍ଥାନୀୟ ଗ୍ରାମବାସୀ ଦେଖି ପୁଲିସକୁ ଖବର ଦେଇଥିଲେ । ମୃତକ ଦ୍ବୟ ହେଲେ ସେହି ଗ୍ରାମର ସାଲଖାନ ମାରାଣ୍ଡି(୧୪) ଓ ମୁନୀ ମୁଖି(୧୮) । ଭିନ୍ନ ଭିନ୍ନ ଜାତିର ତଥା ବୟସ ତାରତମ୍ୟ ଏକ ବିଫଳ ପ୍ରେମର କରୁଣ ପରିଣତି ବୋଲି ଚର୍ଚ୍ଚା ହେଉଛି । ଘଟଣାରେ ପୁଲିସ ପୃଥକ ଅପମୃତ୍ୟୁ ମାମଲା ରୁଜୁ ପୂର୍ବକ ମୃତଦେହ ଦୁଇଟି ବ୍ୟବଛେଦ ପାଇଁ ପଠାଇ ପୁଲିସ ଅଧିକ ତଦନ୍ତ କରୁଛି ।

Leave A Reply

Your email address will not be published.