ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

କାଉଡିଆଙ୍କ ଉପରେ ମାଡ଼ିଗଲା କାର୍: ୨ ମୃତ, ୧୧ ଆହତ

ଗଞ୍ଜାମ: ଗଞ୍ଜାମ ଜିଲ୍ଲା ଆସିକା ଥାନା ଅର୍ନ୍ତଗତ ଭେଟନଇ – ଭେଜିପୁଟ ମଝି ରାସ୍ତାରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। କାର ଧକ୍କାରେ ପାଣି ଭାର ନେଇ ଯାଉଥିବା ୨ଜଣ କାଉଡିଆଙ୍କ ମୃତ୍ୟୁ ଘଟିଥିବାବେଳେ ୧୧ ଜଣ ଆହତ ହୋଇଛନ୍ତି। ମୃତକ ହେଲେ ଅରଖପୁର ଗାଁର ମୁକୁନା ବେହେରା ଓ ଅନିତା କୁମାରୀ ଜେନା ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।

ସୂଚନା ଅନୁଯାୟୀ, ଗତକାଲି ବିଳମ୍ବିତ ରାତିରେ ୧୭ ଜଣିଆ କାଉଡିଆ ଦଳ ଅରଖପୁର ଗାଁରେ ଥିବା ତାଡ଼କେଶ୍ୱର ମନ୍ଦିରକୁ ପାଣିଭାର ନେଇ ଯାଉଥିଲେ। ଏହି ସମୟରେ ଏକ କାର୍‌ ଦ୍ରୁତ ଗତିରେ ଆସି କାଉଡିଆଙ୍କ ଉପରେ ମାଡ଼ି ଯାଇଥିଲା। ଦୁର୍ଘଟଣାରେ ଘଟଣାସ୍ଥଳରେ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୨ ଜଣ ଆହତଙ୍କୁ ବ୍ରହ୍ମପୁର ବଡ ମେଡିକାଲରେ ଭର୍ତ୍ତି କରାଯାଇଥିଲା। ସେଠାରେ ଚିକିତ୍ସାଧୀନ ଅବସ୍ଥାରେ ଜଣଙ୍କର ମୃତ୍ୟୁ ଘଟିଛି।

Leave A Reply

Your email address will not be published.