ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା

କଟକ : କଟକ ସ୍ଥିତ ମଧୁସୂଦନ ଆଇନ ବିଶ୍ବବିଦ୍ୟାଳୟକୁ ୟୁଜିସି ମାନ୍ୟତା ମିଳିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୨(ଏଫ୍) ଅନୁଯାୟୀ ୟୁନିଭରସିଟି ଗ୍ରାଣ୍ଟ କମିସନ (ୟୁଜିସି) ବିଶ୍ବବିଦ୍ୟାଳୟର ମାନ୍ୟତା ଦେବା ସହ ବିଶ୍ବବିଦ୍ୟାଳୟ ତାଲିକାରେ ଅନ୍ତର୍ଭୃକ୍ତ କରିଛି । ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ବବିଦ୍ୟାଳୟ ଖୁବ୍ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏନେଇ ଟ୍ବିଟ୍ କରି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଏହି ସୂଚନା ଦେଇଛନ୍ତି ।
ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀ @narendramodi ଜୀଙ୍କ ଦୂରଦୃଷ୍ଟିସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ଏବଂ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଆଶା କରୁଛି ।
— Dharmendra Pradhan (@dpradhanbjp) October 13, 2021
ୟୁଜିସି ଅଧିନିୟମ ୧୯୫୬, ଧାରା ୧୨(ବି) ଅନୁସାରେ ଏହି ବିଶ୍ୱବିଦ୍ୟାଳୟ ଖୁବ ଶୀଘ୍ର କେନ୍ଦ୍ରୀୟ ଅନୁଦାନ ପାଇବ । ଏହା ନିଶ୍ଚିତ ଭାବରେ ଓଡ଼ିଶାର ଆଇନ ବିଦ୍ୟାର୍ଥୀଙ୍କ ଆଶା ଓ ଆକାଂକ୍ଷାକୁ ପୂରଣ କରିବା ସହ ପ୍ରଧାନମନ୍ତ୍ରୀଙ୍କ ଦୂର ଦୃଷ୍ଟି ସମ୍ପନ୍ନ ଜାତୀୟ ଶିକ୍ଷା ନୀତି ଅନୁସାରେ ଛାତ୍ରଛାତ୍ରୀଙ୍କୁ ନୂଆ ପରିଚୟ ଦେବ ରାଜ୍ୟରେ ଆଇନ ଶିକ୍ଷାର ମାନ ବଢ଼ାଇବ ବୋଲି ଟ୍ବିଟ୍ କରି କହିଛନ୍ତି କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ।