ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ହ୍ବାଇଟ୍‌ ହାଉସ୍‌ରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଡିମିର୍‌ ଜେଲେନ୍‌ସ୍କି

ୱାଶିଂଟନ: ଆମେରିକାରେ ୟୁକ୍ରେନ୍ ରାଷ୍ଟ୍ରପତି ଭୋଲୋଦିମିର ଜେଲେନସ୍କି । ରୁଷ୍‌ ଆକ୍ରମଣ କରିବାର ୩୦୦ ଦିନ ପରେ ଏହା ହେଉଛି ଜେଲେନ୍‌ସ୍କିଙ୍କ ପ୍ରଥମ ବିଦେଶ ଗସ୍ତ। ଋଷ-ୟୁକ୍ରେନ୍ ଯୁଦ୍ଧ ମଝିରେ ପ୍ରଥମ ଥର ପାଇଁ ଆମେରିକା ଗସ୍ତ କରିଛନ୍ତି ଜେଲେନ୍ସକି । ଆମେରିକା ରାଷ୍ଟ୍ରପତି ଜୋ ବାଇଡେନଙ୍କୁ ଭେଟିବା ସହ ୟୁଏସ ସଂସଦକୁ ସମ୍ବୋଧିତ କରିଛନ୍ତି ଜେଲେନ୍ସକି । ୟୁକ୍ରେନ ଆଲାଇଭ୍ ଆଣ୍ଡ କିକିଂ ବୋଲି କହିଛନ୍ତି ଜେଲେନ୍ସକି ।

ୟୁକ୍ରେନ ପଡ଼ିଯାଇନି କି ହାରିଯାଇନି, ଏବେବି ୟୁକ୍ରେନ ବଞ୍ଚିଛି, ଲଢ଼ୁଛି ଏବଂ ଶେଷ ଯାଏଁ ଲଢ଼ିବ ବୋଲି ଜେଲେନ୍ସକି କହିଛନ୍ତି । ଋଷ ଆଗରେ ୟୁକ୍ରେନ କେବେବି ମୁଣ୍ଡ ନୁଆଁଇବ ନାହିଁ ବୋଲି କହିଛନ୍ତି । ଋଷକୁ ଜୋରଦାର ଜବାବ ଦେବ ୟୁକ୍ରେନ । ଆଉ ୨ ଦିନ ପରେ ବିଶ୍ବ ପାଳିବ ଖ୍ରୀଷ୍ଟମାସ । ୟୁକ୍ରେନ ବି ଏହି ଉତ୍ସବ ପାଳିବ । ୟୁକ୍ରେନରେ ନା ବିଦ୍ୟୁତ ଅଛି ନା ପାଣି । ତଥାପି ଆମ ଭିତରେ ଥିବା ଆମ ଆତ୍ମବିଶ୍ବାସର ଉଜ୍ବଳତା ଆମ ଉତ୍ସବକୁ ଆହୁରି ଦ୍ବିଗୁଣିତ କରିବ ବୋଲି ସେ କହିଛନ୍ତି ।

ଯଦି ଋଷ କ୍ଷେପଣାସ୍ତ୍ର ଆକ୍ରମଣ କରେ, ୟୁକ୍ରେନ୍ ମଧ୍ୟ ତାର ଦମଦାର ଜବାବ ଦେବ ବୋଲି ଦୃଢ଼ତାର ସହ କହିଛନ୍ତି ଜେଲେନସ୍କି । ଋଷର ଅତ୍ୟାଚାର କରି ମଧ୍ୟ ଆମ ଉପରେ ନିୟନ୍ତ୍ରଣ ରଖିପାରିନାହିଁ । ଋଷ-ୟୁକ୍ରେନ୍ ଯୁଦ୍ଧକୁ ପାଖାପାଖି ବର୍ଷେ ହେଲାଣି । ୨୦୨୧ ଫେବ୍ରୁଆରୀ ୨୪ରେ ଆରମ୍ଭ ହୋଇଥିଲା ଯୁଦ୍ଧ ।

Leave A Reply

Your email address will not be published.