ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ମୁଖ୍ୟମନ୍ତ୍ରୀଙ୍କୁ ଭେଟିଲେ ୟୁନିୟନ ବ୍ୟାଙ୍କ ସିଇଓ ମଣିମେଖାଲାଇ

ଭୁବନେଶ୍ବର: ୟୁନିୟନ ବ୍ୟାଙ୍କ ଏମଡି ତଥା ସିଇଓ ଏ. ମଣିମେଖାଲାଇ ନବୀନ ନିବାସ ଯାଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ସୌଜନ୍ୟମୂଳକ ସାକ୍ଷାତ କରିଛନ୍ତି। ଗରିବ ଓ ଅତି ଗରିବଙ୍କ ଆର୍ଥିକ ସ୍ଥିତିକୁ ନେଇ ଉଭୟଙ୍କ ମଧ୍ୟରେ ଆଲୋଚନା ହୋଇଛି । ଚାଷୀ ଏବଂ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀଙ୍କ ପାଇଁ ଆର୍ଥିକ ସହାୟତା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ମନିମେଖାଲାଇଙ୍କୁ କହିଥିଲେ । ଏହାକୁ ସେ ଗ୍ରହଣ କରିବା ସହ ଚାଷୀ ଓ ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ପାଇଁ ବ୍ୟାଙ୍କର ଆଉଟରିଚ୍ କାର୍ୟ୍ୟକ୍ରମ ବଢାଇବେ ବୋଲି କହିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ମନିମେଖାଲାଇ ଭେଟ ସମୟରେ ୫ଟି ସଚିବ ଭିକେ ପାଣ୍ଡିଆନ ଏବଂ ବ୍ୟାଙ୍କର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ ।

Leave A Reply

Your email address will not be published.