ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଗଭୀର ଅବପାତର ରୂପ ନେଲା ବାତ୍ୟା ଗୁଲାବ : ଭିଏତନାମରୁ ଓଡ଼ିଶା ମୁହାଁଉଛି ‘ଡିଆଁମୁ’

ନୂଆଦିଲ୍ଲୀ: ସ୍ଥଳଭାଗ ମୁହାଁ ବାତ୍ୟା ଗୁଲାବ । ଆସନ୍ତା ୧୨ ଘଣ୍ଟା ମଧ୍ୟରେ ଏହା ଘନୀଭୂତ ହୋଇ ସାମୂଦ୍ରିକ ଝଡ ବା ବାତ୍ୟାର ରୂପ ନେବାର ସମ୍ଭାବନା ରହିଛି । ବର୍ତ୍ତମାନ ଏହା ପଶ୍ଚିମ ଉତ୍ତର ପଶ୍ଚିମ ଦିଗରେ ଗତି କରୁଛି । ଗତ ୬ ଘଣ୍ଟା ମଧ୍ୟରେ ଘଣ୍ଟାପ୍ରତି ୧୪ କିଲୋମିଟର ବେଗରେ ଗତିକରୁଛି । ଗୋପାଳପୁର ଠାରୁ ୫୮୦ କିଲୋମିଟର ପୂର୍ବ ଦକ୍ଷିଣ ପୂର୍ବରେ ରହିଛି । କଳିଙ୍ଗପାଟଣମ୍ ଠାରୁ ୬୬୦ କିଲୋମିଟର ପୂର୍ବରେ ରହିଛି । ଆନ୍ଧ୍ର ଉପକୂଳ ଏବଂ ଦକ୍ଷିଣ ଓଡିଶା ଉପକୂଳରେ ସ୍ଥଳଭାଗ ଛୁଇଁବା ସମ୍ଭାବନା ରହିଛି । ବାତ୍ୟା ପ୍ରଭାବରେ କାଲିଠୁ ବଢିବ ବର୍ଷାର ପରିମାଣ । ଘଣ୍ଟାପ୍ରତି ୭୦ ରୁ ୯୦ କିଲୋମିଟର ପର୍ଯ୍ୟନ୍ତ ପବନ ବହିବ ।

ବାତ୍ୟା ଉପରେ ସ୍ୱତନ୍ତ୍ର ନଜର ରଖିଛି ଭାରତୀୟ ପାଣିପାଗ ବିଭାଗ । କାଲି ସନ୍ଧ୍ୟା ସୁଦ୍ଧା ଦକ୍ଷିଣ ଓଡିଶା ଏବଂ ଉତ୍ତର ଆନ୍ଧ୍ରପ୍ରଦେଶ ଅତିକ୍ରମ କରିବ । ବିଶାଖାପାଟଣା, ଗୋପାଳପୁର ଏବଂ କଳିଙ୍ଗପାଟନମ୍ ମଧ୍ୟରେ ସ୍ଥଳଭାଗ ଛୁଇଁବା ସମ୍ଭାବନା । ଏନେଇ ସୂଚନା ଦେଲା ଭାରତୀୟ ପାଣିପାଗ ବିଭାଗ । ସେପଟେ ସମ୍ଭାବ୍ୟ ବାତ୍ୟାକୁ ନଜରରେ ରଖି ଗଜପତି ଜିଲ୍ଲାରେ ଶନିବାର ଓ ରବିବାର ସରକାରୀ ଛୁଟିକୁ ବାତିଲ କରିବା ସହ ଯେକୌଣସି ଜରୁରୀକାଳୀନ ସ୍ଥିତିକୁ ମୁକାବିଲା କରିବା ପାଇଁ ପ୍ରସ୍ତୁତ ରହିବାକୁ ଏବଂ ସମସ୍ତ ବିଭାଗୀୟ ଅଧିକାରୀଙ୍କୁ ସଦରମହକୁମା ନ ଛାଡ଼ିବାକୁ ନିର୍ଦ୍ଦେଶ ଜାରି କରିଛନ୍ତି ଜିଲ୍ଲାପାଳ।

ସେପଟେ ଭିଏତନାମ ଉପକୂଳରେ ଗୁରୁବାର ତାଣ୍ଡବ ରଚିଥିବା ସାମୁଦ୍ରିକ ବାତ୍ୟା ଡିଆଁମୁ ସେପ୍ଟେମ୍ବର ୨୬ ତାରିଖ ଦିନ ସାଇକ୍ଲୋନିକ ସର୍କୁଲେସନ ଭାବେ ଉତ୍ତର-ପୂର୍ବ ଓ ସଲଗ୍ନ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ପହଞ୍ଚିବ ବୋଲି ସ୍କାଏମେଟ୍ ୱେଦର ଆକଳନ କରିଛନ୍ତି । ଯାହା ଏକ ଲଘୁଚାପରେ ପରିଣତ ହେବା ସହ ଓଡ଼ିଶା, ଛତିଶଗଡ଼, ମଧ୍ୟପ୍ରଦେଶ, ମହାରାଷ୍ଟ୍ର ଓ ଗୁଜରାଟର ପାଗକୁ ପ୍ରଭାବିତ କରିପାରେ। ଏହାର ପ୍ରଭାବରେ ଆନ୍ଧ୍ରପ୍ରଦେଶ, ତେଲେଙ୍ଗାନା, ଉତ୍ତରପ୍ରଦେଶ ଦିଲ୍ଲୀ ଓ ରାଜସ୍ଥାନରେ ସେପ୍ଟେମ୍ବର ୨୬ରୁ ୩୦ ତାରିଖ ପର୍ଯ୍ୟନ୍ତ ପାଗକୁ ପ୍ରଭାବିତ କରିବ ବୋଲି ଆକଳନ କରିଛନ୍ତି।

Leave A Reply

Your email address will not be published.