ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ: ପ୍ରଥମ ପର୍ଯ୍ୟାୟ ପାଇଁ ମତଦାନ ଆରମ୍ଭ, ୧୧ଟି ଜିଲ୍ଲାରେ ୫୮ ବିଧାନସଭା ଆସନ ପାଇଁ ଚାଲିଛି ଭୋଟିଂ

ଲକ୍ଷ୍ନୌ: ୭ ପର୍ଯ୍ୟାୟରେ ହେବାକୁ ଥିବା ଉତ୍ତରପ୍ରଦେଶ ବିଧାନସଭା ନିର୍ବାଚନ ପାଇଁ ଆଜି ପ୍ରଥମ ପର୍ଯ୍ୟାୟ ମତଦାନ ଆରମ୍ଭ ହୋଇଯାଇଛି। ନିର୍ବାଚନ ଫଳାଫଳ ପାଇଁ ପଶ୍ଚିମ ଉତ୍ତରପ୍ରଦେଶର ବିଭିନ୍ନ ଜିଲ୍ଲା ଗୁରୁତ୍ବପୂର୍ଣ୍ଣ ଭୂମିକା ଗ୍ରହଣ କରୁଥିବା ବେଳେ ଏହି ପର୍ଯ୍ୟାୟରେ ୧୧ଟି ଜିଲ୍ଲାର ୫୮ ବିଧାନସଭା ଆସନ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସାମଲି, ମୁଜାଫରନଗର, ଗୌତମ ବୁଦ୍ଧ ନଗର, ଗାଜିଆବାଦ, ହାପୁର, ମିରଟ ଭଳି ବହୁ ସ୍ପର୍ଶକାତର ଇଲାକାରେ ନିର୍ବାଚନ ହେବାକୁ ଯାଉଥିବା ବେଳେ ବିଭିନ୍ନ ରାଜନୈତିକ ଦଳର ପ୍ରାୟ ୬୨୩ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ ହେବ। ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବା ସହିତ ମାର୍ଚ୍ଚ ୧୦ ତାରିଖରେ ଫଳାଫଳ ପ୍ରକାଶ କରାଯିବ।

Leave A Reply

Your email address will not be published.