ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ୧୧ ଜିଲ୍ଲାରେ ଟିକାକରଣ ବନ୍ଦ

ଭୁବନେଶ୍ୱର: ରାଜ୍ୟର ୧୧ ଜିଲ୍ଲାରେ ବନ୍ଦ ରହିଛି ଟିକାକରଣ । କେନ୍ଦ୍ର ଆବଶ୍ୟକୀୟ ଟିକା ଦେଉନଥିବାରୁ ଦିନକୁ ଦିନ ଜଟିଳ ହେଉଛି ଟିକା ସଂକଟ । ଆଜି ବଲାଙ୍ଗିର, ବାଲେଶ୍ୱର, ଦେବଗଡ଼, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡ଼ାରେ ବନ୍ଦ ରହିଛି ଟିକାକରଣ । ସେହିଭଳି କୋରାପୁଟ, ମାଲକାନଗିରି, ମୟୂରଭଞ୍ଜ, ନବରଙ୍ଗପୁର ଓ ନୂଆପଡ଼ାରେ ବନ୍ଦ ରହିବ ଟିକାକରଣ । ଆସନ୍ତା ୧୫ରେ କେନ୍ଦ୍ର ସରକାର କୋଭିସିଲଡ ଟିକା ପଠାଇବେ । ତେଣୁ ସେ ପର୍ଯ୍ୟନ୍ତ ରାଜ୍ୟରେ ଟିକାକରଣ ବାଧାପ୍ରାପ୍ତ ହେବ । ୧୫ ତାରିଖ ପରେ ଟିକାକରଣରେ ସାମିଲ ହେବେ ଗର୍ଭବତୀ । ଏନେଇ ସ୍ୱତନ୍ତ୍ର ଗାଇଡ୍‌ଲାଇନ ପ୍ରସ୍ତୁତ କରିଛି ସ୍ୱାସ୍ଥ୍ୟ ବିଭାଗ ।

Leave A Reply

Your email address will not be published.