ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଟିକାର ସୁରକ୍ଷା ପାଇଁ ସମ୍ଭାବ୍ୟ ବାତ୍ୟା ପ୍ରଭାବିତ ଜିଲ୍ଲା ଗୁଡିକରେ ବନ୍ଦ ରହିବ ଟିକାକରଣ

ସମ୍ଭାବ୍ୟ ବାତ୍ୟା ଯୋଗୁଁ ବନ୍ଦ ରହିବ ଟିକାକରଣ । ବାତ୍ୟାରେ ପ୍ରଭାବିତ ଜିଲ୍ଲାରେ ଟିକାକରଣ ବନ୍ଦ ରଖିବା ନେଇ ପରିବାର ଓ କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ ସୂଚନା ଦେଇଛନ୍ତି । ଏନେଇ ଜିଲ୍ଲାପାଳମାନଙ୍କୁ ଚିଠି ଲେଖି ନିର୍ଦ୍ଦେଶ ଦେଇଛି ସ୍ୱାସ୍ଥ୍ୟ ବିଭାଗ । ଟିକାର ସୁରକ୍ଷାକୁ ଦୃଷ୍ଟିରେ ରଖି ଏଭଳି ନିଷ୍ପତି ନିଆଯାଇଛି । ବାତ୍ୟା ସମୟରେ ବିଦ୍ୟୁତ ସେବା ବ୍ୟାଘାତ ହୋଇପାରେ,ତେଣୁ ଏଭଳି ସ୍ଥଳେ ଟିକାକୁ ସୁରକ୍ଷିତ ରଖିବାକୁ କୁହାଯାଇଛି । ଏପରିକି ଜେନେରେଟର ବ୍ୟବସ୍ଥା କରି ଟିକା ସୁରକ୍ଷିତ ରଖିବାକୁ କୁହାଯାଇଛି ।

ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିବା ବେଳେ ୨୪ ତାରିଖ ସୁଦ୍ଧା ଏହା ବାତ୍ୟାର ରୂପ ନେବ । ୨୩ ସକାଳେ ଏହା ଅବପାତ ରୂପ ନେଇ ଉତ୍ତର-ଉତ୍ତରପଶ୍ଚିମ ଦିଗକୁ ଗତି କରି ୨୪ ତାରିଖରେ ବାତ୍ୟାରେ ପରିଣତ ହେବ । ପରବର୍ତ୍ତୀ ସମୟରେ ଅଧିକ ଘନୀଭୂତ ହୋଇ ପରବର୍ତ୍ତୀ ୨୪ ଘଣ୍ଟାରେ ଅତି ଭୟଙ୍କର ବାତ୍ୟାରେ ପରିଣତ ହେବ ‘ୟଶ’ । ଉତ୍ତର ବଙ୍ଗୋପସାଗର ନିକଟର ପଶ୍ଚିମବଙ୍ଗ ଓ ସଂଲଗ୍ନ ଉତ୍ତର ଓଡ଼ିଶା ଏବଂ ବାଂଲାଦେଶ ଉପକୂଳ ୨୬ ସକାଳେ ଛୁଇଁବା ପୂର୍ବାନୁମାନ କରାଯାଇଛି ।

Leave A Reply

Your email address will not be published.