ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ୍

ଭଞ୍ଜନଗର :  ଆୟ ବହିର୍ଭୂତ ସଂପତ୍ତି ଠୁଳ ଅଭିଯୋଗରେ ଗଞ୍ଜାମ ଜିଲ୍ଲା ବାଘୁଆ ଜଳସେଚନ ପ୍ରକଳ୍ପର ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ବିଷ୍ଣୁ ଚରଣ ସାହୁଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି । ଗଞ୍ଜାମ ଜିଲ୍ଲାର ୭ଟି ଜାଗାରେ ଏକକାଳୀନ ଚଢ଼ାଉ ‌କରିଛି ଭିଜିଲାନ୍ସ। ଚଢ଼ାଉରେ ଜଣେ ଅତିରିକ୍ତ ଏସପି, ୪ ଜଣ ଡିଏସପି, ୯ ଇନ୍ସପେକ୍ଟର ଓ ଅନ୍ୟ ଭିଜିଲାନ୍ସ କର୍ମଚାରୀ ସାମିଲ ହୋଇଛନ୍ତି।

ବ୍ରହ୍ମପୁର ଭିଜିଲାନ୍ସ ସ୍ୱତନ୍ତ୍ର ଜଜଙ୍କ ଅନୁମତି କ୍ରମେ ଚଢାଉ ହୋଇଛି। ଭଞ୍ଜନଗର ଜଳସେଚନ ବିଭାଗ ବାଘୁଆ ପ୍ରକଳ୍ପ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ ଜଣଙ୍କ ହେଉଛନ୍ତି ବିଷ୍ଣୁ ଚରଣ ସାହୁ ।

Leave A Reply

Your email address will not be published.