ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା DEO, ବଦଳି କରାଇବା ପାଇଁ ନେଉଥିଲେ ଲାଞ୍ଚ

କେନ୍ଦ୍ରାପଡ଼ା: ଭିଜିଲାନ୍ସ ଜାଲରେ କେନ୍ଦ୍ରାପଡା ଜିଲ୍ଲା ଶିକ୍ଷା ଅଧିକାରୀ । ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହଙ୍କ ଭଡା ଘରେ ଭିଜିଲାନ୍ସ ଟିମ୍ ଚଢାଉ କରିଛି । ଜଣଙ୍କୁ ବଦଳ କରାଇବା ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଭିଜିଲାନ୍ସ ହାତରେ ଧରାପଡିଥିଲେ ଜିଲ୍ଲା ଶିକ୍ଷା ଅଧିକାରୀ । ଏକକାଳୀନ ୪ଟା ସ୍ଥାନରେ ଚଢାଉ ଚାଲିଛି। ତାଙ୍କ ଭଡା ଘରେ ମଧ୍ଯ ଭିଜିଲାନ୍ସ ଟିମ୍ ପକ୍ଷରୁ ଚଢାଉ କରାଯାଇଛି । ଘରୁ ବହୁ ଗୁରୁତ୍ବପୂର୍ଣ୍ଣ କାଗଜପତ୍ର ଜବତ କରି ଛାନଭିନ୍ ଜାରି ରଖିଛି ଭିଜିଲାନ୍ସ ଟିମ୍ ।

ସୂଚାନାଯୋଗ୍ଯ ଯେ, ଆଉ ମାତ୍ର ୩ ଦିନ ପରେ ଅର୍ଥାତ ଜୁଲାଇ ୩୦ରେ ଅବସର ନେଇଥାଆନ୍ତେ ଜିଲ୍ଲା ଶିକ୍ଷା ଅଧିକାରୀ ସଞ୍ଜୀବ ସିଂହ ।

Leave a comment