ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ

ଦେବଗଡ଼: ଭିଜିଲାନ୍ସ ଜାଲରେ କନିଷ୍ଠ ଯନ୍ତ୍ରୀ । ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଦେବଗଡ଼ ଜିଲ୍ଲା ତିଲେଇବଣି ବ୍ଲକ କନିଷ୍ଠ ଯନ୍ତ୍ରୀ ବିକାଶ ବେହେରାଙ୍କ ଘରେ ଭିଜିଲାନ୍ସ  ପକ୍ଷରୁ ଚଢାଉ କରାଯାଇଛି। ଏକକାଳୀନ ଭିଜିଲାନ୍ସ ଟିମ୍ ତାଙ୍କ ଘର, ସମ୍ପର୍କୀୟଙ୍କ ଘର ଓ ଅଫିସରେ ରେଡ୍ ଚଳାଇଛନ୍ତି ।

ଆଜି ଭୋର ପ୍ରାୟ ୫ଟା ସମୟରେ ବିକାଶଙ୍କ ବଳମସ୍ଥିତ ବାସଭବନ ଏବଂ କଣ୍ଢଳ ସ୍ଥିତ ଶ୍ୱଶୁର ଘରେ ଆଜି ସକାଳୁ ଭିଜିଲାନ୍ସ ଟିମ୍ ଚଢ଼ଉ କରିଛି। ଭିଜିଲାନ୍ସ ଡିଏସପି ବିରେନ୍ଦ୍ର ନାୟକଙ୍କ ନେତୃତ୍ୱରେ ଝାରସୁଗୁଡ଼ା, ସୁନ୍ଦରଗଡ଼, ରାଉକେଲା ଓ ଦେବଗଡ଼ ଜିଲ୍ଲାର ଭିଜିଲାନ୍ସ ଟିମ୍ ଏହି ଚଢ଼ଉରେ ସାମିଲ ହୋଇଛନ୍ତି। ଚଢ଼ଉ ବେଳେ ତାଙ୍କ ଘରୁ କିଛି ଜମିଜମା କାଗଜପତ୍ର ଓ ନଗଦ ୪ ଲକ୍ଷ ଟଙ୍କା ଓ ସୁନାଗହଣା ଜବତ କରାଯାଇଛି। ଏହାସହ ତାଙ୍କ ଘରୁ ଏକ ବୋଲେରୋ ଓ ବୁଲେଟ ଗାଡ଼ି ଜବତ ହୋଇଛି । ବିକାଶଙ୍କର ବଳମରେ ଦୁଇ ମହଲା କୋଠା ରହିଛି। ତେବେ ବର୍ତ୍ତମାନ ସୁଦ୍ଧା ତାଙ୍କ ପାଖରୁ କେତେ ଆୟ ବର୍ହିଭୂତ ସମ୍ପତ୍ତି ମିଳିଛି ଜଣା ପଡିନି । ଚଢ଼ାଉ ସରିବା ପରେ ସ୍ପଷ୍ଟ ହେବ।

Leave A Reply

Your email address will not be published.