ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ବେଳେ ଉତ୍ତେଜନା, ପୁଲିସ – ଓକିଲଙ୍କ ମଧ୍ଯରେ ଧସ୍ତାଧସ୍ତି

ସମ୍ବଲପୁର: ସମ୍ବଲପୁରରେ ଓକିଲଙ୍କ ଆନ୍ଦୋଳନ ବେଳେ ଉତ୍ତେଜନା । କଚେରି ଛକରେ ଓକିଲଙ୍କ ଟେଣ୍ଟଙ୍କୁ ଉପାଡ଼ି ଫିଙ୍ଗିଛି ପୁଲିସ । ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ଆକ୍ସନ ମୋଡରେ ପୁଲିସ ରହିଛି। ଆନ୍ଦୋଳନରେ ଓକିଲ ଓ ପୁଲିସଙ୍କ ମଧ୍ୟରେ ଧସ୍ତାଧସ୍ତି ହୋଇଛନ୍ତି। ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିର ଆନ୍ଦୋଳନରୁ ଉତ୍ତେଜନା ଦେଖାଦେଇଛି।
ସୂଚନା ଅନୁଯାୟୀ, ରାଜ୍ୟର ବିଭିନ୍ନ ସ୍ଥାନରେ ଚାଲିଥିବା ଓକିଲଙ୍କ ଆନ୍ଦୋଳନ ନେଇ ସୁପ୍ରିମକୋର୍ଟ ପୂର୍ବରୁ କଡ଼ା ନିର୍ଦ୍ଦେଶ ଦେଇଥିଲେ। ଆନ୍ଦୋଳନରୁ ନ ଓହରିଲେ ଆନ୍ଦୋଳନକାରୀ ଓକିଲଙ୍କ ଲାଇସେନ୍ସ ବାତିଲ କରିବାକୁ ନିର୍ଦ୍ଦେଶ ଦେଇଥିଲେକୋର୍ଟ। ଲାଇସେନ୍ସ ବାତିଲ ପାଇଁ ବାର୍ କାଉନସିଲ୍ ଅଫ୍ ଇଣ୍ଡିଆକୁ ନିର୍ଦ୍ଦେଶ ଦେଇଥିଲେ କୋର୍ଟ । ଆବଶ୍ୟକସ୍ଥଳେ ଆନ୍ଦୋଳନକାରୀ ଓକିଲଙ୍କୁ ଗିରଫ କରିବାକୁ ମଧ୍ୟ କୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। କୋର୍ଟ କାର୍ଯ୍ଯକୁ ସ୍ୱାଭାବିକ କରିବାକୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି । ଜୁଡ଼ିସିଆଲ ଅଧିକାରୀଙ୍କୁ ଆବଶ୍ୟକ ସୁରକ୍ଷା ଯୋଗାଇ ଦେବାକୁ କହିଛନ୍ତି। କୋର୍ଟ ପରିସର ଏବଂ ଅଭିଯୋଗକାରୀଙ୍କୁ ସୁରକ୍ଷା ଦେବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି।