ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆସନ୍ତା ୧୬ ଓ ୧୭ ତାରିଖରେ ପ୍ରବଳ ବର୍ଷା ସମ୍ଭାବନା ରହିଛି । ଏ ନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ୱିଟ୍ କରି ସୂଚନା ଦିଆଯାଇଛି।


ପାଣିପାଗ କେନ୍ଦ୍ର ପକ୍ଷରୁ ଟ୍ବିଟରେ କୁହାଯାଇଛିଯେ , ଗତକାଲିର ଘୂର୍ଣ୍ଣିବଳୟ ପ୍ରଭାବରେ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗର ଅଞ୍ଚଳରେ ଆଜି ଏକ ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଛି। ଏହା ଆଗାମୀ ୨୪ ଘଣ୍ଟାରେ ପଶ୍ଚିମ-ଉତ୍ତରପଶ୍ଚିମ ଦିଗରେ ଗତି କରି ଦକ୍ଷିଣ ଓଡ଼ିଶା ଓ ଉତ୍ତର ଆନ୍ଧ୍ର ଉପକୂଳ ମୁହାଁ ହେବାର ସମ୍ଭାବନା ରହିଛି। ଆଉ ଏହା ପ୍ରଭାବରେ ୧୬ ଓ ୧୭ ତାରିଖରେ କିଛି ଜିଲ୍ଲାରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି।

Leave a comment