ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ବର୍ଷା ଓ ବଜ୍ରପାତ ନେଇ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ବର: ରାଜ୍ୟର ବିଭିନ୍ନ ସ୍ଥାନରେ ବଜ୍ରପାତ ଓ ବର୍ଷା ସମ୍ଭାବନା ରହିଛି । ତେବେ ଏହାରି ମଧ୍ୟରେ ଆଗାମୀ ୩ ଘଣ୍ଟା ପାଇଁ ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖିର ସମ୍ଭାବନା ନେଇ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏ ନେଇ କେନ୍ଦୁଝର, ଦେବଗଡ଼, ଝାରସୁଗୁଡ଼ା, ସମ୍ବଲପୁର,ବୌଦ୍ଧ,କନ୍ଧମାଳ, ଗଞ୍ଜାମ, ଗଜପତି, ସୁନ୍ଦରଗଡ଼, କନ୍ଧମାଳ, ରାୟଗଡ଼ା, କୋରୋପୁଟ, ମାଲକାନାଗିରି, ନବରଙ୍ଗପୁର, ନୂଆପଡ଼ା, ବଲାଙ୍ଗୀର, ସୋନପୁର, ଫୁଲବାଣୀ, ଖୋର୍ଦ୍ଧା ଓ ନୟାଗଡ଼ ଆଦିକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବର୍ଷା ସମୟରେ ପବନ ବହିବାର ସମ୍ଭାବନା ରହିଛ ବୋଲି ପାଣିପାଗ ବିଭାଗ ପକ୍ଷରୁ କୁହାଯାଇଛି। ବଜ୍ରପାତରୁ ରକ୍ଷା ପାଇବା ପାଇଁ ଲୋକଙ୍କୁ ଏହି ସମୟରେ ଘରୁ ନ ବାହାରିବା ସହ ବାହାରେଥିବା ଲୋକଙ୍କୁ ନିରାପଦ ସ୍ଥାନକୁ ଯିବାକୁ ପରାମର୍ଶ ଦିଆଯାଇଛି।

Leave A Reply

Your email address will not be published.