ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ପଶ୍ଚିମା ଝଡ଼ ପ୍ରଭାବରେ ତଳମୁହାଁ ପାରଦ: ଆଜି ୫ ଜିଲ୍ଲାରେ ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର: ପଶ୍ଚିମା ଝଡ଼ ପ୍ରଭାବରେ ରାଜ୍ୟର ବିଭିନ୍ନ ସ୍ଥାନରେ କୋହଲା ପାଗ ସାଙ୍ଗକୁ ହାଲୁକା ବର୍ଷା ହୋଇଛି। ଶୁକ୍ରବାର ବର୍ଷାର ପ୍ରଭାବ ସାମାନ୍ୟ ବୃଦ୍ଧି ହେବାର ସମ୍ଭାବନା ରହିଛି। କିଛି ଜିଲ୍ଲାରେ ହାଲୁକା ବର୍ଷା ହେବାକୁ ଥିବା ବେଳେ ଆଉ କିଛି ଜିଲ୍ଲାରେ ମଧ୍ୟମ ଧରଣର ବର୍ଷା ସାଙ୍ଗକୁ ବିଜୁଳି ଘଡ଼ଘଡ଼ିର ପ୍ରଭାବ ରହିପାରେ ବୋଲି ପାଣିପାଗ କେନ୍ଦ୍ର ପକ୍ଷରୁ ଆକଳନ କରାଯାଇଛି।

ପାଣିପାଗ କେନ୍ଦ୍ରର ସୂଚନା ଅନୁଯାୟୀ ଶୁକ୍ରବାର ସୁନ୍ଦରଗଡ଼, ଦେବଗଡ଼, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଆଦିରେ ବିଜୁଳି ଘଡ଼ଘଡ଼ି ସହିତ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ଆଶଙ୍କା ରହିଛି। ଏହାକୁ ଦୃଷ୍ଟିରେ ରଖି ପାଣିପାଗ କେନ୍ଦ୍ର ପକ୍ଷରୁ ଏହି ଜିଲ୍ଲାଗୁଡ଼ିକ ପାଇଁ ୟେଲୋ ଆଲର୍ଟ ଜାରି କରାଯାଇଛି। ସେହିପରି ଝାରସୁଗୁଡ଼ା, ସମ୍ବଲପୁର, ଅନୁଗୁଳ, ଭଦ୍ରକ, ଯାଜପୁର, ଢେଙ୍କାନାଳ, ବୌଦ୍ଧ ଓ କନ୍ଧମାଳରେ ସ୍ୱଳ୍ପ ବର୍ଷା ହେବ ବୋଲି ପାଣିପାଗ କେନ୍ଦ୍ର ଆକଳନ କରିଛି। ଶନିବାର ବର୍ଷାର ପ୍ରଭାବ କମିଯିବ। ଅନ୍ୟପଟେ ପଶ୍ଚିମାଝଡ଼ ପ୍ରଭାବରେ ରାଜ୍ୟରେ ତାପମାତ୍ରା ହ୍ରାସ ହୋଇଛି। ଅଳ୍ପ କିଛି ସ୍ଥାନରେ ତାପମାତ୍ରା ୩୫ ଡିଗ୍ରୀ ଉପରେ ରହୁଥିବା ବେଳେ ବାକି ସ୍ଥାନଗୁଡ଼ିକରେ ତାପମାତ୍ରା ୩୫ ଡିଗ୍ରୀ ତଳେ ରହୁଛି। ଗତ ୨୪ ଘଣ୍ଟାରେ ଝାରସୁଗୁଡ଼ାରେ ରାଜ୍ୟର ସର୍ବାଧିକ ତାପମାତ୍ରା ୩୬.୬ ଡିଗ୍ରୀ ସେଲସିୟସ ରେକର୍ଡ କରାଯାଇଛି।

Leave A Reply

Your email address will not be published.