ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୧୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ ।  ୧୫ ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ଏହି ସମୟରେ ପବନ ଘଣ୍ଟା ପ୍ରତି ୪୦ରୁ ୫୦ କିମି ବେଗରେ ବହିବାର ଆଶଙ୍କା ରହିଛି । କାଳବୈଶାଖୀ ସହ ସାମାନ୍ୟରୁ ମଧ୍ୟମ ଧରଣର ବର୍ଷା ମଧ୍ୟ ହେବାର ସମ୍ଭାବନା ରହିଛି।

ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଥିବା ଜିଲ୍ଲାଗୁଡ଼ିକ ହେଲା- ଗଞ୍ଜାମ, ଗଜପତି, ରାୟଗଡ଼ା, କନ୍ଧମାଳ, ନୟାଗଡ଼, ଖୋର୍ଦ୍ଧା, ଭଦ୍ରକ, କଟକ, ଅନୁଗୁଳ, ଢେଙ୍କାନାଳ, ଯାଜପୁର, ଜଗତସିଂହପୁର, କେନ୍ଦ୍ରାପଡ଼ା, କଳାହାଣ୍ଡି ଏବଂ ପୁରୀ ଜିଲ୍ଲାକୁ ସତର୍କ କରାଯାଇଛି ।

Leave A Reply

Your email address will not be published.