ରାଜ୍ୟରେ କାଳବୈଶାଖୀ ବର୍ଷା ଓ ବଜ୍ରପାତ ନେଇ ୫ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି

ଭୁବନେଶ୍ୱର: ଆଜି ଅପରାହ୍ନରେ ରାଜ୍ୟରେ କାଳବୈଶାଖୀ ବର୍ଷା ସମ୍ଭାବନା ରହିଛି।  ଘଡ଼ଘଡ଼ି ବର୍ଷା ନେଇ ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର ୫ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ।  ୫ଜିଲ୍ଲା ହେଲେ କେନ୍ଦୁଝର, ମୟୁରଭଞ୍ଜ, ନୟାଗଡ଼, ବଲାଙ୍ଗିର ଓ ଖୋର୍ଦ୍ଧା ଜିଲ୍ଲାକୁ ଆଗାମୀ ୩ ଘଣ୍ଟା ଯାଏ ସତର୍କ ସୂଚନା ଜାରି କରିଛି ଭୁବନେଶ୍ବର ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ର। ଏଥିସହ ପାଗକୁ ଦେଖି ବଜ୍ରପାତ ବେଳେ ସୁରକ୍ଷିତ ସ୍ଥାନକୁ ଚାଲିଯିବାକୁପାଣିପାଗ ବିଭାଗ ପରାମାର୍ଶ ଦେଇଛି।

Leave a comment