ବଡ ଖବର ଓଡ଼ିଶା ମନୋରଞ୍ଜନ ଖେଳ ଖବର ଦେଶ- ବିଦେଶ ଜୀବନଚର୍ଯ୍ୟା ରାଶିଫଳ ବାଣିଜ୍ୟ ଫଟୋ ଗ୍ୟାଲେରୀ ଅପରାଧ ଟେକ୍ନୋଲୋଜି ବିଶେଷ ରାଜନୀତି ସ୍ଵାସ୍ଥ୍ୟ

ଖସିଲା ପାରଦ: ଆହୁରି ୩ ଦିନ କାଳବୈଶାଖୀ, ୧୨ ଜିଲ୍ଲାକୁ ୱେଲୋ ୱାର୍ଣ୍ଣି ଜାରି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ସ୍ଥାନରେ କାଳବୈଶାଖୀ ବୃଦ୍ଧି ପାଇଛି। ଅନେକ ସ୍ଥାନରେ ବିଜୁଳି ଘଡ଼ଘଡ଼ି ସହିତ ବର୍ଷା ହୋଇଛି। ଏହି ସମୟରେ ପବନର ବେଗ ମଧ୍ୟ ଅଧିକ ରହୁଛି। ଗତ ୩୬ ଘଣ୍ଟା ମଧ୍ୟରେ ରାଜ୍ୟର ଅନେକ ସ୍ଥାନେର କାଳବୈଶାଖୀ ଜନିତ ବର୍ଷା ପବନ ହୋଇଥିଲା। ପୁରୀରେ ଏହାର ସର୍ବାଧିକ ପ୍ରଭାବ ଦେଖିବାକୁ ମିଳିଥିଲା। ବିଜୁଳି ଘଡ଼ଘଡ଼ି ସହିତ ଜିଲ୍ଲାରେ ୨୮.୮ ମିଲିମିଟର ବର୍ଷା ହୋଇଥିବା ପାଣିପାଗ କେନ୍ଦ୍ର ପକ୍ଷରୁ ଜଣାପଡ଼ିଛି। ସେହିପରି କଟକରେ ବି ବର୍ଷା ପବନ ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିଲା। ଏଠାରେ ୧୭.୪ ମିମି ବର୍ଷା ହୋଇଥିବା ବେଳେ କେନ୍ଦୁଝରରେ ୧୩.୪ ବାରିପଦାରେ ୧୧.୬ ମିମି ବର୍ଷା ରେକର୍ଡ କରାଯାଇଛି। ଏହି ସହର ବ୍ୟତୀତ ରାଜ୍ୟର ଅନ୍ୟ ସ୍ଥାନଗୁଡ଼ିକରେ ବି କାଳ ବୈଶାଖୀ ପ୍ରଭାବ ଦେଖିବାକୁ ମିଳିଥିଲା।

ଅନ୍ୟପଟେ କାଳବୈଶାଖୀ ଯୋଗୁଁ ରାଜ୍ୟରେ ତାପମାତ୍ରା ହ୍ରାସ ପାଇଛି। ରାଜ୍ୟର ଏକମାତ୍ର ସହର ଭାବେ ସୁନ୍ଦରଗଡ଼ରେ ତାପମାତ୍ରା ୪୦ ଡିଗ୍ରୀ ଛୁଇଁଥିବା ବେଳେ ଅନ୍ୟ ସମସ୍ତ ସ୍ଥାନରେ ତାପମାତ୍ରା ୪୦ ଡିଗ୍ରୀ ତଳେ ରହିଛି। ପାଣିପାଗ କେନ୍ଦ୍ର ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଆଗକୁ କାଳବୈଶାଖୀ ଜାରି ରହିବ। ଫଳରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଆଭ୍ୟନ୍ତରୀଣ ଓଡ଼ିଶାରେ ତାପମାତ୍ରା ଆହୁରି ୨ ଡିଗ୍ରୀ ହ୍ରାସ ପାଇବ। ଅନ୍ୟପଟେ ଆସନ୍ତା କିଛି ଦିନ ମଧ୍ୟରେ ତାପମାତ୍ରାରେ ବିଶେଷ ପରିବର୍ତ୍ତନ ହେବାର ସମ୍ଭାବନା ନ ଥିବାରୁ ଏହି ସ୍ଥିତି ଜାରି ରହିବ ବୋଲି ପାଣପାଗ କେନ୍ଦ୍ରର ନିର୍ଦ୍ଦେଶକ ଏଚ୍‍ଆର୍‍ ବିଶ୍ୱାସ କହିଛନ୍ତି।

ସେହିପରି ବିହାର ଓ ସଂଲଗ୍ନ ଉତ୍ତର ପ୍ରଦେଶ ଉପରେ ରହିଥିବା ଘୁର୍ଣ୍ଣିବଳୟ ପ୍ରଭାବରେ ରାଜ୍ୟରେ ଆସନ୍ତା ୩ ଦିନ ପର୍ଯ୍ୟନ୍ତ ବର୍ଷା ହେବାର ଆଶଙ୍କା ରହିଛି। ଶନିବାର ଗଜପତି, ଗଞ୍ଜାମ, କନ୍ଧମାଳ, ମାଲକାନଗିରି, କୋରାପୁଟ, ନୟାଗଡ଼, କଟକ, ଢେଙ୍କାନାଳ, କେନ୍ଦୁଝର, ମୟୂରଭଞ୍ଜ, ବାଲେଶ୍ୱର ଓ ଭଦ୍ରକରେ କାଳବୈଶାଖୀର ପ୍ରଭାବ ରହିବ। ଏହି ୧୨ ଜିଲ୍ଲାରେ ବର୍ଷା ସାଙ୍ଗକୁ ଘଡ଼ଘଡ଼ି ହେବ। ଏହାସହିତ ପବନର ବେଗ ମଧ୍ୟ ବୃଦ୍ଧି ପାଇ ଘଣ୍ଟା ପ୍ରତି ୩୦-୪୦ କମି ପର୍ଯ୍ୟନ୍ତ ବହିବ। ତେଣୁ ଏହି ୧୨ ଜିଲ୍ଲାପାଇଁ ପାଣିପାଗ କେନ୍ଦ୍ର ପକ୍ଷରୁ ୟେଲୋ ୱାର୍ଣ୍ଣି ଜାରି କରାଯାଇଛି।

Leave A Reply

Your email address will not be published.